ବିଷ୍ଣୁଚରଣ ସେଠୀଙ୍କ ପରଲୋକରେ ଶୋକ

ଭୁବନେଶ୍ବର: ବରିଷ୍ଠ ବିଜେପି ବିଧାୟକ ବିଷ୍ଣୁ ସେଠୀଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ପ୍ରଧାନମନ୍ତ୍ରୀ ଟୁଇଟ କରି ଲେଖିଛନ୍ତି, ଓଡ଼ିଶାର ପ୍ରଗତି ପାଇଁ ଶ୍ରୀ ବିଷ୍ଣୁଚରଣ ସେଠୀଙ୍କ ଅବଦାନ ଅତୁଳନୀୟ। ଜଣେ କଠିନ ପରିଶ୍ରମୀ ବିଧାୟକ ଭାବରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ସହ ସାମାଜିକ ସଶକ୍ତିକରଣ ପାଇଁ ତାଙ୍କ ଯୋଗଦାନ ପ୍ରଶଂସାଯୋଗ୍ୟ। ତାଙ୍କ ବିୟୋଗରେ ଦୁଃଖିତ। ତାଙ୍କ ପରିବାର ଏବଂ ସମର୍ଥକମାନଙ୍କୁ ସମବେଦନା । ଓଁ ଶାନ୍ତି

ବରିଷ୍ଠ ବିଜେପି ବିଧାୟକ ତଥା ବିରୋଧୀ ଦଳ ଉପନେତାଙ୍କ ପରଲୋକରେ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି। ବିଧାୟକ ଵିଷ୍ଣୁ ଚରଣ ସେଠୀଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଷୀ ଲାଲ୍‌ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି ଆନ୍ଧ୍ର ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମଧ୍ୟ ଟ୍ୱିଟ୍‌ କରି ଶୋକ ପ୍ରକାଶ କରିଛନ୍ତି ।

ରାଜ୍ୟପାଳ ଟ୍ୱିଟ୍‌ କରି ଲେଖିଛନ୍ତି ଯେ, ବିଷ୍ଣୁ ସେଠୀଙ୍କ ଭଳି ଜଣେ ଦକ୍ଷ ବିଧାୟକ ଓ ଲୋକପ୍ରିୟ ରାଜନେତା ଆମ ଗହଣରେ ଆଉ ନାହାନ୍ତି । ତାଙ୍କର ଅମର ଆତ୍ମାର ସଦ୍‌ଗତି କାମନା କରୁଛି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ, ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ଖବର ଜାଣି ମୁଁ ଗଭୀର ମର୍ମାହତ । ବିଷ୍ଣୁ ସେଠୀ ଜନପ୍ରତିନିଧି ଭାବେ ଲୋକଙ୍କ ପାଇଁ ତାଙ୍କ କଲ୍ୟାଣକାରୀ କାର୍ଯ୍ୟ ଲାଗି ସର୍ବଦା ସ୍ମରଣୀୟ ରହିବେ । ଏପରି ଦୁଃଖଦ ସମୟରେ ଶୋରସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦ୍‌ଗତି କାମନା କରୁଛି ।

ସେହିପରି ଆନ୍ଧ୍ର ରାଜ୍ୟପାଳ ଟ୍ୱିଟ କରିଛନ୍ତି ଯେ, ରାଜନୀତି ଓ ସାହିତ୍ୟଜଗତ ପାଇଁ ଏହା ଏକ ବିରାଟ ଶୂନ୍ୟସ୍ଥାନ । ଏହି ଦୁଃଖଦ ମୁହୁର୍ତ୍ତରେ ମୁଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ତାଙ୍କ ସ୍ୱର୍ଗତ ଆତ୍ମାର ସଦ୍‌ଗତି ନିମନ୍ତେ ପ୍ରାର୍ଥନା କରୁଛି । ତାଙ୍କ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଉଛି ।

nis-ad
Leave A Reply

Your email address will not be published.