ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଲାଠିକଟା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଶୁଣାଣି…

ସୁନ୍ଦରଗଡ଼/ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଲାଠିକଟା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଏବଂ ରାଉରକେଲା ଏସପି ମୁକେଶ କୁମାର ଭାମୁ ଉପସ୍ଥିତ ରହି ସାଧାରଣ ଲୋକଙ୍କ ଆପତ୍ତି, ଅଭିଯୋଗ ଆଦି ଶୁଣାଣି କରିଥିଲେ।

ଏହି କାର୍ଯ୍ୟକ୍ରମରେ ମୋଟ ୨୧୬ଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ୫୮ଟି ଅଭିଯୋଗର ସମାଧାନ ଜନଶୁଣାଣି କାର୍ଯ୍ୟକ୍ରମ ବେଳେ ହିଁ କରାଯାଇଥିଲା। ଅନ୍ୟ ଅଭିଯୋଗଗୁଡ଼ିକୁ ବିଚାର କରି ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଲାଠିକଟା ବ୍ଳକର ୧୮ଟି ଗ୍ରାମପଞ୍ଚାୟତରୁ ଆସିଥିବା ଲୋକମାନେ ବିଭିନ୍ନ ସମସ୍ୟା ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ସେଥିମଧ୍ୟରେ ଆବାସ ଯୋଜନା ଅଧୀନରେ ଘର ନିର୍ମାଣ ସହିତ ରାସ୍ତା ଓ ଡ୍ରେନ ନିର୍ମାଣ, ପାନୀୟ ଜଳ ଓ ବିଦ୍ୟୁତ ସମସ୍ୟା ଆଦି ରହିଥିଲା। ସେହିପରି ସ୍କୁଲ ଓ ଅଙ୍ଗନବାଡ଼ି ସହିତ ପୋଖରୀ ପୁନରୁଦ୍ଧାର ଆଦି ସମ୍ପର୍କରେ ଲୋକମାନେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ।

ସେହିପରି ଚିକିତ୍ସା ଲାଗି ଆବେଦନ କରିଥିବା ୧୨ ଜଣ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆସିଥିବା ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ଜଣେ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ଟ୍ରାଇସାଇକେଲ ପ୍ରଦାନ କରାଯାଇଥିବା ବେଳେ ୧୯ ଜଣଙ୍କୁ ଭତ୍ତା ପାଇଁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ସୁନ୍ଦରଗଡ଼ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ କମଲ ଲାକ୍ରା, ରାଉରକେଲା ଡିଏଫଓ ଯଶୋବନ୍ତ ସେଠୀ, ସୁନ୍ଦରଗଡ଼ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଭୈରବ ସିଂ ପଟେଲ, ପାନପୋଷ ଉପଜିଲ୍ଲାପାଳ ଅଭିମନ୍ୟୁ ମାଝି, ପିଡି ଡୁଡା ତଥା ଡିଏମଏଫର ସିଇଓ ରିତା ସାଙ୍ଗ, ଲାଠିକଟା ବ୍ଲକ ଅଧ୍ୟକ୍ଷ ଦିଲୀପ ଖେସ୍, ଲାଠିକଟା ବିଡିଓ ମନସ୍ୱିନୀ ଦାସ, ଡେପୁଟି କଲେକ୍ଟର (ଆପାତକାଳୀନ) କୁନ୍ତୀରାଣୀ ନାୟକଙ୍କ ସହିତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।
ବିଶ୍ୱରଂଜନ ହୋତା
ସୁନ୍ଦରଗଡ଼

nis-ad
Leave A Reply

Your email address will not be published.