ଜଷ୍ଟିସ୍ ଯଶୱନ୍ତ ସିଂହ ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ୩୦/୦୯: ଜଷ୍ଟିସ୍ ଯଶୱନ୍ତ ସିଂହ ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି । ମୁଖ୍ୟ ବିଚାରପତି ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମ ନିଷ୍ପତ୍ତି ନେଇଛନ୍ତି । ଏବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ୍ ସିଂହ ।

୧୯୬୧ ମହିହା ଫେବୃଆରୀ ୨୧ ତାରିଖରେ ରୋହତକରେ ଜନ୍ମଗ୍ରହଣ କରିଥିବା ଜଷ୍ଟିସ୍ ଯଶୱନ୍ତ ସିଂହ ପଞ୍ଜାବ ଏବଂ ହରିଆଣା ହାଇକୋର୍ଟରେ ଜଜ୍ ଥିଲେ । ଏହାପରେ ଓଡ଼ିଶା ହାଇକୋର୍ଟରେ ଶପଥ ନେଇଥିଲେ । ଜଷ୍ଟିସ୍ ଏସ୍ ମୁରଲୀଧରଙ୍କୁ ମାଡ୍ରାସ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯିବା ପରେ ଜଷ୍ଟିସ୍ ଯଶୱନ୍ତ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି।

nis-ad
Leave A Reply

Your email address will not be published.