ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ। ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବା ସହ ଆନ୍ଧ୍ର ଉପକୂଳ ମୁହାଁ ହେବ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । କେଉଁଠି ତୁହାକୁ ତୁହା ତ ଆଉ କେଉଁଠି ଝିପିଝିପି ବର୍ଷୁଛି । ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲାରେ ବର୍ଷା ଚାଲିଛି । ଭୁବନେଶ୍ୱର ଓ କଟକ ସହରରେ ଜାରି ରହିଛି ତୁହାକୁ ତୁହା ବର୍ଷା। ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୮ଟି ଜିଲ୍ଲା ଗଜପତି, ଗଞ୍ଜାମ, ପୁରୀ, ରାୟଗଡ଼ା, ମାଲକାନଗିରି, କୋରାପୁଟ ଏବଂ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଅତିପ୍ରବଳ ବର୍ଷା ଫଳରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଉପୁଜି ପାରେ। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଓ କଚ୍ଚାଘର କ୍ଷତିଗ୍ରସ୍ତ ହେବା ଆଶଙ୍କା ରହିଛି। ସେହିପରି ପ୍ରବଳ ବର୍ଷା ପାଇଁ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୭ ତାରିଖରୁ ପାଗରେ ପରିବର୍ତ୍ତନ ସମ୍ଭାବନା ରହିଛି ।

nis-ad
Leave A Reply

Your email address will not be published.