ପ୍ରକାଶ ପାଇଲା ଓଏଏସ୍‌ ପରୀକ୍ଷା ଫଳ, ତେଜସ୍ୱିନୀ ବେହେରା ଟପର

ଭୁବନେଶ୍ୱର: ପ୍ରକାଶ ପାଇଲା ଓଡ଼ିଶା ସିଭିଲ୍‌ ସର୍ଭିସ୍‌-୨୦୨୦ ପରୀକ୍ଷା ଫଳ। ଉତ୍ତୀର୍ଣ୍ଣ ହେଲେ ମୋଟ ୩୯୨ ପରୀକ୍ଷାର୍ଥୀ। ସେଥି ମଧ୍ୟରୁ ୧୪୮ ଜଣ ଛାତ୍ରୀ ଅଛନ୍ତି। ତେଜସ୍ୱିନୀ ବେହେରା ହୋଇଛନ୍ତି OAS ଟପର।

ଆଜି ପ୍ରକାଶ ପାଇଥିବା ଓଏଏସ୍‌ ପରୀକ୍ଷା ଫଳ। ଏଥିରେ ପ୍ରଥମ ୩ଟି ସ୍ଥାନ ଅଧିକାର କରିଛନ୍ତି ଛାତ୍ରୀ। ତେଜସ୍ୱିନୀ ବେହେରା OAS ଟପର ହୋଇଥିବା ବେଳେ ଶୁଭଙ୍କରୀ ସୁଦେଷ୍ଣା ଦାଶ ଦ୍ୱିତୀୟ ଓ ଅନନ୍ୟା ସୃଷ୍ଟି ଶତପଥୀ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ସେହିପରି ଚତୁର୍ଥରେ ଦେବବ୍ରତ କର, ପଞ୍ଚମରେ ଦେବବ୍ରତ ମହାରଣା, ଷଷ୍ଠରେ ଅଭିସ୍ମିତା ତିୱାରୀ, ସପ୍ତମରେ ଶୁଭଶ୍ରୀ ରଥ, ଅଷ୍ଟମରେ ଶ୍ରୀତପା ମିଶ୍ର, ନବମରେ ବିବେକାନନ୍ଦ ଷଡ଼ଙ୍ଗୀ, ଦଶମରେ ତପତି ରାଜ, ଏକାଦଶରେ ପଙ୍କଜ କୁମାର ମହାନ୍ତ, ଦ୍ୱାଦଶରେ ତନ୍ମିତା କର ଓ ୧୩ ନମ୍ୱରରେ ଅଭିଜିତ ଷଡ଼ଙ୍ଗୀ ରହିଛନ୍ତି।

ସେହିପରି ୧୪ ନମ୍ୱର ସ୍ଥାନରେ କସ୍ତୁରୀ ପଣ୍ଡା, ୧୫ ନମ୍ୱରରେ ବିଭୂପ୍ରସାଦ ସିଂହ, ୧୬ ନମ୍ୱରରେ ବିଶ୍ୱଜିତ ପଣ୍ଡା, ୧୭ ନମ୍ୱରରେ ହରପ୍ରିୟା ପୃଷ୍ଟି, ୧୮ ନମ୍ୱରରେ ରାମକୃଷ୍ଣ ସତ୍ୟରାଜ ଗୁରୁ, ୧୯ ନମ୍ୱର ଅଣାକାର ନାୟକ, ୨୦ ନମ୍ୱରରଆ ଲିତୁସ୍ମିତା ମିଶ୍ର ଅଛନ୍ତି।

nis-ad
Leave A Reply

Your email address will not be published.