ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ବିଜେଡ଼ି ପ୍ରାର୍ଥୀ ଅବନ୍ତୀ ଦାସ

ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କଲେ ବିଜେଡ଼ି ପ୍ରାର୍ଥୀ ଅବନ୍ତୀ ଦାସ । ବାଇପାସ୍‌ ଜଗନ୍ନାଥ ମନ୍ଦିରରୁ ପୂଜାର୍ଚ୍ଚନା କରି ସିଧା ନେହେରୁ ଷ୍ଟାଡ଼ିୟମ୍‌ ଯାଇଥିଲେ । ସେଠାରୁ ଏକ ବିରାଟ ଶୋଭାଯାତ୍ରାରେ ଭଦ୍ରକ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସିଥିଲେ । ଅତିରିକ୍ତ ଉପ-ଜିଲ୍ଲାପାଳଙ୍କ ନିକଟରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ ଅବନ୍ତୀ ଦାସ । ଏହି ଶୋଭାଯାତ୍ରାରେ ବିଜେ଼ଡ଼ି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ, ରାଜ୍ୟସଭା ସାଂସଦ ମୁନ୍ନା ଖାଁ, ସୁଲତା ଦେଓ, ଜିଲ୍ଲା ପର୍ଯ୍ୟବେକ୍ଷକ ପ୍ରଣବ ବଳବନ୍ତରାୟ, ଭଦ୍ରକ ସାଂସଦ , ବିଧାୟକଙ୍କ ସମେତ ବହୁ ବରିଷ୍ଠ ବିଜେଡ଼ି ବିଧାୟକମାନେ ଯୋଗ ଦେଇଥିଲେ ।

ଦଳୀୟ ସଙ୍ଗଠନ ଓ ଅନୁକମ୍ପା ଭୋଟକୁ ନେଇ ନିର୍ବାଚନ ବୈତରଣୀ ପାର୍‌ ହେବାକୁ ବିଜେପି ଲକ୍ଷ୍ୟ ରଖିଥିବା ବେଳେ କଂଗ୍ରେସ ବାବା ହରେକୃଷ୍ଣଙ୍କୁ ପ୍ରାର୍ଥୀ କରି ନିର୍ବାଚନରେ ନିଜ ସମ୍ମାନ ଫେରିପାଇବାକୁ ଲକ୍ଷ୍ୟ ରଖିଛି । ଅନ୍ୟପଟେ ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ସୂରଜ ବିଜେପି ପ୍ରାର୍ଥୀ ଭାବରେ ନାମାଙ୍କନ ଦାଖଲ କରିବା ପରେ ପ୍ରଚାର ମୈଦାନକୁ ବି ଓହ୍ଲାଇଛନ୍ତି ।

nis-ad
Leave A Reply

Your email address will not be published.