ସୃଷ୍ଟି ହେଲା ଘୂର୍ଣ୍ଣିବଳୟ; ୨୦ରେ ଲଘୁଚାପ

ଭୁବନେଶ୍ୱର: ଆଜି (ସୋମବାର) ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏବଂ ଏହା ବାୟୁମଣ୍ଡଳରେ ସମୁଦ୍ର ପତନ ଠାରୁ ୩.୧ କିମି ଯାଏଁ ବ୍ୟାପିଛି। ଏହାର ପ୍ରଭାବରେ ଦକ୍ଷିଣ-ପୂର୍ବ ପାର୍ଶ୍ୱବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୨୦ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ଏକ ସୂଚନାରେ କୁହାଯାଇଛି।

ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ପଶ୍ଚିମକେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ଆଡକୁ ଗତିକରିବା ସହ ଲଘୁଚାପ ସୃଷ୍ଟି ହେବାର ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁଯାଇଛି।

ତେବେ, ଓଡ଼ିଶା ଉପରେ ଏହି ଲଘୁଚାପର ପ୍ରଭାବ କ’ଣ ରହିବ ତାହାର ଚିତ୍ର ସ୍ପଷ୍ଟ ହୋଇନାହିଁ। ତେବେ, ଏହାର ପ୍ରଭାବରେ ୧୮ ଓ ୧୯ ତାରିଖରେ ରାଜ୍ୟର କିଛି ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷାର ସମ୍ଭାବନା ରହିଥିବା ବେଳେ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ଅନ୍ୟ କିଛି ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବା ନେଇ ଜାରି ସତର୍କ ସୂଚନାରେ କହିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ।

nis-ad
Leave A Reply

Your email address will not be published.