ଏନ ଏ ସି ଉଚ୍ଚ ବିଦ୍ୟାଳୟରେ ପୋଷାକ ବିତରଣ ଫୁଟବଲ ଵଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ

ହିଞ୍ଜିଳିକାଟୁ ୧୭।୧୦ ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ଏନ ଏ ସି ଉଚ୍ଚ ଵିଦ୍ୟାଳୟରେ ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି Iଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଗଞ୍ଜାମ ଜିଲ୍ଲା ଶିକ୍ଷା ଵିଭାଗ ତରଫରୁ ଛାତ୍ରୀ ମାନଙ୍କୁ ଫୁଟବଲ ଖେଳ ପ୍ରତି ଆକୃଷ୍ଟ କରିବା ପାଇଁ ଫୁଟବଲ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ମିନତୀ କୁମାରୀ ପାତ୍ରଙ୍କ ଅଧ୍ୟକ୍ଷତାରେ ସୋମବାର ଅନୁଷ୍ଠିତ ପୋଷାକ ବିତରଣ ଉତ୍ସବରେ ପୌରପାଳିକା ଅଧ୍ୟକ୍ଷ ସୁଵାସ ପଲେଈ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଅନ୍ୟତମ ଅତିଥିଭାବେ ହିଞ୍ଜିଳିକାଟୁ ପୌରପରିଷଦ ଉପାଧ୍ୟକ୍ଷା ସୁଚିତ୍ରା ପଣ୍ଡା, ବିଦ୍ୟାଳୟର ପ୍ରାକ୍ତନ ଶିକ୍ଷକ ଚଥା ହିଞ୍ଜିଳିକାଟୁ ପୌରପରିଷଦ ଵିଜେଡି ନଗର ସଭାପତି ଭୀମସେନ ଵେହେରା ,,ବିଦ୍ୟାଳୟର ପରିଚାଳନା ସଭାପତି ସନ୍ତୋଷ ଵେହେରା, ଔର୍ଡ ମେମ୍ବର ବସନ୍ତ କୁମାର ଵେହେରା ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ପୋଷାକ ଏବଂ ଜୋତା ବଣ୍ଟନ ସହ ଛାତ୍ରୀ ମାନଙ୍କୁ ଫୁଟବଲ ବଣ୍ଟନ କରିଥିଲେ I ଏହି ଅବସରରେ ବିଦ୍ୟାଳୟର ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀ ଙ୍କୁ ହଳ ପୋଷାକ, ଵଣ୍ଟନ କରାଯାଇଥିଲା। ଵିଦ୍ୟାଳୟର ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

nis-ad
Leave A Reply

Your email address will not be published.