ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ କୋଇଡ଼ା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଶୁଣାଣି

ରାଉରକେଲା : ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ କୋଇଡ଼ା ବ୍ଲକ କାର୍ଯ୍ୟାଳୟଠାରେ ଯୁଗ୍ମ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସୁନ୍ଦରଗଡ଼ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଏବଂ ରାଉରକେଲା ଏସପି ମୁକେଶ କୁମାର ଭାମୁ ଉପସ୍ଥିତ ରହି ସାଧାରଣ ଲୋକଙ୍କ ପକ୍ଷରୁ ଆସିଥିବା ବିଭିନ୍ନ ଆପତ୍ତି ଅଭିଯୋଗ ଆଦି ଶୁଣାଣି କରିଥିଲେ।

ଏହି ଜନଶୁଣାଣିରେ ମୋଟ ୬୫ଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ୧୭ଟି ଅଭିଯୋଗର ତୁରନ୍ତ ଶୁଣାଣି କରାଯାଇଥିଲା। ଅନ୍ୟ ଅଭିଯୋଗଗୁଡ଼ିକର ବିଚାର କରାଯାଇ ସମାଧାନ କରିବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

କୋଇଡ଼ା ବ୍ଲକର ବିଭିନ୍ନ ଗ୍ରାମପଞ୍ଚାୟତରୁ ଆସିଥିବା ଲୋକମାନେ ସ୍ଥାନୀୟ ଅଞ୍ଚଳର ବିଭିନ୍ନ ସମସ୍ୟା ସମ୍ପର୍କରେ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ। ସେଥିମଧ୍ୟରେ ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ, ବିଜୁଳି, ରାସ୍ତାଘାଟ ଆଦି ପ୍ରମୁଖ ସମସ୍ୟା ରହିଥିଲା।

ଏହି ଅବସରରେ ୨ ଜଣଙ୍କୁ ରାଜ୍ୟ ସରକାରଙ୍କ ବସୁନ୍ଧରା ଯୋଜନା ଅଧୀନରେ ଘରବାଡ଼ି ପଟ୍ଟା ଦିଆଯାଇଥିବା ବେଳେ ୨ ଜଣ ନୂଆ ହିତାଧିକାରୀଙ୍କୁ ଭତ୍ତା ଦିଆଯାଇଥିଲା।

ଏହି କାର୍ଯ୍ୟକ୍ରମରେ ବଣାଇଁ ବିଧାୟକ ଲକ୍ଷ୍ମଣ ମୁଣ୍ଡା, ସୁନ୍ଦରଗଡ଼ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ କମଲ ଲାକ୍ରା, କୋଇଡ଼ା ବ୍ଲକ ଅଧ୍ୟକ୍ଷ ସୁରେଶ ନାଇକ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର ସରୋଜ କୁମାର ମିଶ୍ର, ଡେପୁଟି କଲେକ୍ଟର (ଆପାତକାଳୀନ) କୁନ୍ତୀ ରାଣୀ ନାୟକ, ବଣାଇଁ ଉପଜିଲ୍ଲାପାଳ ସୁରଞ୍ଜନ ସାହୁ, ଡାକ୍ତର ରୀନା ପ୍ରଧାନ ଆଇଏଏସ (ପ୍ରୋବେସନାରି), ବଣାଇଁ ଏସଡିପିଓ ସ୍ୱରାଜ ଦେବତା, କୋଇଡ଼ା ବିଡିଓ ପଲ୍ଲବୀ ରାଣୀ ରାଜ, ତହସିଲଦାର ଡି.ଏସ. ଶୁଭଦର୍ଶୀ ଯୋଶୀ ପ୍ରମୁଖ ଉପସ୍ଥିତ ଥିଲେ।

nis-ad
Leave A Reply

Your email address will not be published.