ଅବପାତର ରୂପ ନେବ ଘୁର୍ଣ୍ଣିବଳୟ, ରାଜ୍ୟରେ ୨୨ରୁ ବର୍ଷା ସମ୍ଭାବନା

ଭୁବନେଶ୍ୱର ୧୮/୧୦: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ଗତକାଲିର ଘୁର୍ଣ୍ଣିବଳୟ ଆଜି ସକାଳ ୮.୩୦ ପାଖାପାଖି ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ବାୟୁମଣ୍ଡଳର ୫.୮ କିମି ଯାଏଁ ବ୍ୟାପିଛି ।

ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟିହେବାର ସମ୍ଭାବନା ରହିଛି । ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ସହ ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୨ ରୁ ୨୬ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ ।

nis-ad
Leave A Reply

Your email address will not be published.