ସମ୍ଭାବ୍ୟ ବାତ୍ୟା ନେଇ ପ୍ରସ୍ତୁତି : ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, କର୍ମଚାରୀଙ୍କୁ ହେଡକ୍ୱାର୍ଟର୍ସ ନ ଛାଡ଼ିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି । ଉପକୂଳବର୍ତ୍ତୀ ସାତ ଜିଲ୍ଲାଗୁଡିକୁ ସତର୍କ ଜାରି କଲେ ସରକାର । ଏହି ସବୁ ଜିଲ୍ଲାର ସରକାରୀ ଅଧିକାରୀମାନଙ୍କ ଛୁଟି ବାତିଲ ହୋଇଛି । ସଂପୃକ୍ତ କର୍ମଚାରୀଙ୍କ ଜିଲ୍ଲା ହେଡ୍‌ କ୍ୱାର୍ଟର୍ସ ନଛାଡିବା ନିର୍ଦ୍ଦେଶ । ଆସନ୍ତା ୨୩ ରୁ ୨୫ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ ଅଧିକାରୀଙ୍କ ହେଡ୍‌ କ୍ୱାଟର୍ସରେ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରସ୍ତୁତ ରହିଛି ବିଏମ୍‌ସି । ସଜାଗ ଅଛନ୍ତି ବିଏମସି କର୍ମଚାରୀ । ତଳିଆ ଅଞ୍ଚଳ ଓ ଡ୍ରେନ ଉପରେ BMCର ନଜର ରହିଛି । ବିଏମସି ଅଧିକାରୀଙ୍କୁ ନେଇ ଉଚ୍ଚସ୍ତରୀୟ ବୈଠକ ବସିବ । ତଳିଆ ଅଞ୍ଚଳରେ ଥିବା ବସ୍ତି ବାସିନ୍ଦାଙ୍କୁ ବିଏମସି ପକ୍ଷରୁ ସଚେତନ କରାଯିବ। ପୂର୍ବରୁ ସବୁ ବାତ୍ୟାକୁ ମୁକାବିଲା କରିବା ଭଳି ଏଥର ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଁ ପୁରା ପ୍ରସ୍ତୁତ ଥିବା କହିଛନ୍ତି ବିଏମସି କମିଶନର ବିଜୟ ଅମୃତ କୁଲାଙ୍ଗେ।

nis-ad
Leave A Reply

Your email address will not be published.