ରାଜ୍ୟରୁ ଫେରିଗଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର ୨୧/୧୦: ରାଜ୍ୟରୁ ଫେରିଗଲା ମୌସୁମୀ ବାୟୁ । ଓଡିଶାରୁ ସଂପୂର୍ଣ୍ଣ ବିଦାୟ ନେଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ବାୟୁ ଅପସାରଣ ହେବା ପାଇଁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ଦେଶରୁ ମୌସୁମୀ ବିଦାୟ ନେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।

ସମ୍ଭାବ୍ୟ ବାତ୍ୟା ଆଶଙ୍କା ମଧ୍ୟରେ ଓଡ଼ିଶାରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିଛି । ରାଜ୍ୟର ୨୫ଟି ଜିଲ୍ଲାରୁ ମୌସୁମୀ ଫେରି ଯାଇଥିବାବେଳେ ବାକି ୫ଟି ଜିଲ୍ଲାରୁ ଆସନ୍ତା କିଛିଦିନ ମଧ୍ୟରେ ଫେରିଯିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

nis-ad
Leave A Reply

Your email address will not be published.