ପଞ୍ଚାୟତ ସମିତି ପକ୍ଷରୁ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ

ବୁଗୁଡ଼ା : ସ୍ଥାନୀୟ ବିରଞ୍ଚି ନାରାୟଣ କଲ୍ଯାଣୀ ମଣ୍ଡପ ଠାରେ ବୁଗୁଡ଼ା ପଞ୍ଚାୟତ ସମିତି ପକ୍ଷରୁ ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ , ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ , ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ , ବିଡିଓ ତନ୍ମୟ ପାତ୍ର , ଏନ୍ଏସି ଅଧ୍ଯକ୍ଷ ଚିତ୍ରସେନ ପ୍ରଧାନ ଏବଂ ଜନପ୍ରତିନିଧିଗଣ ଉପସ୍ଥିତ ରହିଥିଲା ବେଳେ ୭୬୨ ଜଣ ହିତାଧିକାରୀଙ୍କୁ ବିଭିନ୍ନ ପ୍ରକାରର ଭତ୍ତା ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରିଣୀ ସୁପ୍ରିୟା ତ୍ରିପାଠୀ ପରିଚାଳନା କରିଥିଲେ ।

nis-ad
Leave A Reply

Your email address will not be published.