୧୪ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ ଆକ୍ସନ, ୪ ଅଫିସରଙ୍କୁ ଚାକିରୀରୁ ବିଦା କଲେ ରାଜ୍ୟ ସରକାର

ଭୁବନେଶ୍ବର: ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି।  ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ ଆଉ ୧୪ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏଥିରେ ୪ ଜଣଙ୍କୁ ଚାକିରୀରୁ ବହିଷ୍କାର କରାଯାଇଥିବା ବେଳେ, ୪ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ଓ ଅନ୍ୟ ୬ ଜଣଙ୍କ ପେନ୍‌ସନ୍‌ ସ୍ଥାୟୀଭାବେ ସ୍ଥଗିତ କରାଯାଇଛି।

ଜଣେ ସୁପରିନ୍‌ଟେଣ୍ଡିଂ ଇଞ୍ଜିନିୟର, ୨ ଜଣ ଆସିଷ୍ଟାଣ୍ଟ ଇଞ୍ଜିନିୟର, ଜଣେ ଡି.ଏସ୍‌.ପି., ଜଣେ ସିଡିପିଓ, ଜଣେ ଫରେଷ୍ଟ ରେଞ୍ଜ ଅଫିସର, ଜଣେ ତହସିଲଦାର,  ଜଣେ ବି.ଡି.ଓ, ଜଣେ ସିନିଅର ମ୍ୟାନେଜର, ଜଣେ ଟ୍ୟାକ୍ସ କଲେକ୍ଟର,  ଜଣେ ସପ୍ଲାଇ ଇନସପେକ୍ଟର ଓ ୩ ଜଣ ଜୁନିଅର ଇଞ୍ଜିନିୟର ଅନ୍ତର୍ଭୁକ୍ତ।  ପୂର୍ବରୁ ୧୭୩ ଜଣଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ହୋଇଥିବା ବେଳେ, ଏହି ୧୪ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ୫T ଓ  ମୋ  ସରକାର ଉପକ୍ରମ ଜରିଆରେ  ମିଳିଥିବା  ଫିଡବ୍ୟାକ୍ ଭିତ୍ତିରେ ଏହି  କଠୋର  ପଦକ୍ଷେପ  ନିଆଯାଇଛି।

ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୮୭ ଜଣ ଅଧିକାରୀଙ୍କୁ ଚାକିରୀରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି କିମ୍ବା ପେନ୍‌ସନକୁ ସ୍ଥାୟୀ ଭାବେ ସ୍ଥଗିତ ରଖାଯାଇଛି।

nis-ad
Leave A Reply

Your email address will not be published.