ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ

ବୁଗୁଡା : ସ୍ଥାନୀୟ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଇଓ କବିବର ପ୍ରଧାନଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଯୋଗ ଦେଇ ଏହାର ଶୁଭ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେ ଏନ୍ଏସି ଅଧ୍ଯକ୍ଷ ଚିତ୍ରସେନ ପ୍ରଧାନ , ବ୍ଲକ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ , ଏନଏସି ଉପାଧ୍ଯକ୍ଷା ଗୀତାଞ୍ଜଳି ପାଢ଼ୀ , ଶେରଗଡ ବିଇଓ ପ୍ରମୋଦ ଚନ୍ଦ୍ର ସେନାପତି ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ ପୂର୍ବକ ଉତ୍ସାହିତ କରିଥିଲେ । ଉକ୍ତ କାର୍ଯ୍ୟକ୍ରମ ଅବସରରେ ବ୍ଲକ ଅନ୍ତର୍ଗତ ୧୧ଟି କ୍ଲଷ୍ଟରର ମନୋନୀତ ଛାତ୍ରଛାତ୍ରୀଙ୍କୁ ନେଇ ବକ୍ତୃତା , ପ୍ରବନ୍ଧ , ଚିତ୍ରାଙ୍କନ , ଓଡିଆ ହସ୍ତାକ୍ଷର ଲିଖନ , ସଙ୍ଗୀତ , ସର୍ଜନାତ୍ମକ ଲିଖନ , କୁଇଜ୍ , ନୃତ୍ୟ , ଚିତ୍ରକଳା ଓ ଶିଳ୍ପକଳା ଆଦି ପ୍ରତିଯୋଗିତାମାନ ଆୟୋଜିତ କରାଯାଇ ଜିଲ୍ଲା ସ୍ତରୀୟ ପ୍ରତିଯୋଗିତା ନିମନ୍ତେ କୃତି ପ୍ରତିଯୋଗୀଙ୍କୁ ଚୟନ କରାଯାଇଥିଲା ।

କାର୍ଯ୍ୟକ୍ରମର ଦ୍ବିତୀୟ ପର୍ଯ୍ୟାୟରେ ଅନୁଷ୍ଠିତ ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଏନ୍ଏସି ଅଧ୍ଯକ୍ଷ ଚିତ୍ରସେନ ପ୍ରଧାନ ଏବଂ ସମ୍ମାନିତ ଅତିଥି ଭାବେ ବ୍ଲକ ଅଧକ୍ଷା କେ.ପ୍ରିୟଦର୍ଶନୀ ଆଚାରି , ଆଇଆଇସି ଚିତ୍ତରଞ୍ଜନ ବେହେରା , ଭାରପ୍ରାପ୍ତା ପ୍ରଧାନ ଶିକ୍ଷୟିତ୍ରୀ କୃଷ୍ଣପ୍ରିୟା ମହାରଣା ପ୍ରମୁଖ ଯୋଗ ଦେଇ କୃତି ପ୍ରତିଯୋଗୀଙ୍କୁ ପ୍ରମାଣପତ୍ର ସହ ପୁରସ୍କାର ପ୍ରଦାନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମର ପ୍ରାରମ୍ଭରେ ଶିକ୍ଷକ ନିରଞ୍ଜନ ପ୍ରଧାନ ଅତିଥି ପରିଚୟ ପ୍ରଦାନ ଏବଂ ପରିଶେଷରେ ଏମଆଇଏସ୍ ବି.ଦୁର୍ଗା ପ୍ରସାଦ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମ ପରିଚାଳନାରେ ସମସ୍ତ ସିଆରସିସିଙ୍କ ସମେତ ବିଇଓ କାର୍ଯାଳୟର କର୍ମଚାରୀଗଣ ଏବଂ ବରିଷ୍ଠ ଶିକ୍ଷକବୃନ୍ଦ ସକ୍ରିୟ ସହଯୋଗ କରିଥିଲେ ।

nis-ad
Leave A Reply

Your email address will not be published.