ଆଜି ପଞ୍ଚୁକର ଦ୍ବିତୀୟ ଦିନ: ଶ୍ରୀମନ୍ଦିରରେ ବାଙ୍କଚୁଡ଼ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ: ଆଜି କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଦ୍ଵାଦଶୀ ତିଥି ତଥା ପଞ୍ଚୁକର ଦ୍ବିତୀୟ ଦିନ। ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁ ଅତ୍ୟନ୍ତ ଚିତାକର୍ଷକ ବାଙ୍କଚୁଡ଼ ବେଶ ଅନୁଷ୍ଠିତ ହୋଇଛି । ଯେତେବେଳେ ଅକ୍ରୁର ଗୋପପୁରକୁ ଯାଇଥିଲେ ଶ୍ରୀକୃଷ୍ଣ ଓ ବଳରାମଙ୍କୁ ମଥୁରାକୁ ଆଣିବାକୁ, ସେହି ସମୟରେ ବ୍ରଜ ଦାଣ୍ଡରେ ଏହି ରୂପରେ ଅକ୍ରୁର ଦର୍ଶନ କରିଥିଲେ। ସେହି ସ୍ମୃତିରେ ଏହି ବେଶ ଶ୍ରୀମନ୍ଦିରରେ ଅନୁଷ୍ଠିତ ହୋଇ ଆସୁଅଛି ।

ଏହି ବେଶରେ ଠାକୁର ମାନେ ସୁନାର ଅଳଙ୍କାରରେ ବିଭୂଷିତ ହୋଇଥାନ୍ତି । ଚୁଡା ମଧ୍ୟ ଧାରଣ କରିଥାନ୍ତି। ମସ୍ତକରେ ଏହି ଚୁଡା ବା ଚୁଳ ଦକ୍ଷିଣ ଦିଗକୁ ଢଳି ରହିଥାଏ। ଏଣୁ ମହାପ୍ରଭୁଙ୍କ ଏହି ବେଶକୁ ବାଙ୍କଚୁଡ଼ ବେଶ କୁହାଯାଏ । ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ ହୋଇଛି ।

ତେବେ ଆଜିର ତିଥିରେ ମହାପ୍ରଭୁଙ୍କ ଏହି ଚିତାକର୍ଷକ ବେଶ ଯିଏ ଦର୍ଶନ କରିଥାନ୍ତି ତାଙ୍କୁ ଅପାର ଆନନ୍ଦ ଲାଭ ସହ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତିମିଳେ ବୋଲି ବିଶ୍ୱାସ ରହିଛି। ଆସନ୍ତାକାଲି ମହାପ୍ରଭୁଙ୍କ ତିବିକ୍ରମ ବେଶ ଅନୁଷ୍ଠିତ ହେବ।

nis-ad
Leave A Reply

Your email address will not be published.