ପଦ୍ମପୁର ଉପନିର୍ବାଚନ ପାଇଁ ବିଜେପିର ୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ

ଭୁବନେଶ୍ୱର ୦୮।୧୧: ଉପନିର୍ବାଚନ ରଣନୀତି। ପଦ୍ମପୁର ଉପନିର୍ବାଚନ ପାଇଁ ଧାମନଗରଠୁ ବଡ଼ ଷ୍ଟ୍ରାଟେଜି କରିଛି ବିଜେପି । ଧାମନଗର ଭଳି ଅଧିକ ଶକ୍ତିଶାଳୀ ଓ ଅଧିକ ବଳ ଲଗାଇ ନିର୍ବାଚନ ଲଢ଼ିବ ଦଳ । ଖୁବଶୀଘ୍ର ଦଳର କ୍ଷତ୍ରୀୟ ପ୍ରଭାରୀ ସୁନୀଲ ଵଂଶଲ ଓ ପ୍ରଭାରୀ ଡ଼ି ପୁରନ୍ଦେଶ୍ୱରୀ ଷ୍ଟ୍ରାଟେଜି ପ୍ରସ୍ତୁତ କରିବା ପାଇଁ ଓଡିଶା ଆସୁଛନ୍ତି ।

ତେବେ ପ୍ରାଥମିକ ସ୍ତରରେ ଦଳର ତିନି ବରିଷ୍ଠ ନେତାଙ୍କୁ ଦାୟିତ୍ୱ ମିଳିଛି । ସାଂସଦ ସୁରେଶ ପୂଜାରୀ, ବସନ୍ତ ପଣ୍ଡା ଓ ବିରୋଧୀ ଦଳ ନେତା ଜୟ ନାରାୟଣ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି । ନିର୍ବାଚନ ବେଳେ ସମସ୍ତ ବିଧାୟକଙ୍କ ସମେତ ପଶ୍ଚିମ ଓଡିଶାର ନେତାମାନଙ୍କୁ ସେଠାରେ ରହିବାକୁ କୁହାଯାଇଛି ।

nis-ad
Leave A Reply

Your email address will not be published.