ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି, ଶ୍ରୀମନ୍ଦିରରେ ପ୍ରାୟ ୪୫ ମିନିଟ୍‌ ବିତାଇବା ସହ କଲେ ପୂଜାର୍ଚ୍ଚନା

ପୁରୀ:ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି। ସିଂହଦ୍ୱାର ସାମ୍ନାରେ ପହଞ୍ଚିବା ପରେ ସ୍ୱାଗତ କରାଯାଇଥିଲା। ପୁଷ୍ପଗୁଛ ଦେଇ ସ୍ୱାଗତ କରିଥିଲେ ଗଜପତି ମହାରାଜ। ସିଂହଦ୍ୱାର ସାମ୍ନାରେ ତଳେ ମୁଣ୍ଡ ଲଗାଇ ମୁଣ୍ଡିଆ ମାରିଥିଲେ। ଅରୁଣ ସ୍ତମ୍ଭକୁ ଛୁଇଁ ଶ୍ରୀମନ୍ଦିରରେ ପ୍ରବେଶ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରାୟ ୪୫ ମିନିଟ୍‌ ବିତାଇବା ସହ ରାଷ୍ଟ୍ରପତି ପୂଜାର୍ଚ୍ଚନା କରିଥିଲେ। ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥିଲା।

ଭୁବନେଶ୍ୱର ବିମାନବନ୍ଦରରୁ ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀ ଯାଇଥିଲେ ରାଷ୍ଟ୍ରପତି । ତାଳବଣିଆ ହେଲିପ୍ୟାଡରେ ପହଞ୍ଚିଥିଲେ । ସେଠାରେ ରାଷ୍ଟ୍ରପତିଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଥିଲା । ପରେ କଡ଼ା ସୁରକ୍ଷା ଭିତରେ ଶ୍ରୀମନ୍ଦିର ପର୍ଯ୍ୟନ୍ତ ନିଆଯାଇଥିଲା। ବଳଗଣ୍ଡି ଛକରେ କାର୍‌ରୁ ଓହ୍ଲାଇ ଚାଲି ଚାଲି ବଡ଼ଦାଣ୍ଡ ପର୍ଯ୍ୟନ୍ତ ଯାଇଥିଲେ। ସିଂହଦ୍ୱାର ନିକଟରେ ପହଞ୍ଚିବା ପରେ ପାଛୋଟି ନେଇଥିଲେ କୌଳିକ ପଣ୍ଡା । ଶ୍ରୀମନ୍ଦିର ଦର୍ଶନ ପରେ ରାଷ୍ଟ୍ରପତି ରାଜଭବନକୁ ପ୍ରତ୍ୟାବର୍ତ୍ତନ କରିବେ । ରାଜଭବନରେ ରାଷ୍ଟ୍ରପତି ମହାପ୍ରସାଦ ସେବନ କରିବାର କାର୍ଯ୍ୟକ୍ରମ ରହିଛି । ପୁରୀରେ ରାଷ୍ଟ୍ରପତିଙ୍କ ସୁରକ୍ଷା ପାଇଁ ନିୟୋଜିତ ହୋଇଛନ୍ତି ୨୪ ପ୍ଲାଟୁନ୍‌ ପୋଲିସ ଫୋର୍ସ ।

nis-ad
Leave A Reply

Your email address will not be published.