ହିଞ୍ଜିଳିକାଟୁ ବସ୍ତିମୁକ୍ତ ସହରର ମାନ୍ୟତା

ହିଞ୍ଜିଳିକାଟୁ ୧୦।୧୧ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୫ଟି ମହାନଗର ନିଗମର ବସ୍ତିବାସିନ୍ଦା ମାନଙ୍କ ପାଇଁ ଭୂମି ଅଧିକାର କାର୍ଯ୍ୟକ୍ରମ ଭର୍ଚୁଆଲ ମାଧ୍ୟମରେ ଉଦଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟର ୩୩ଟି ସହରାଞ୍ଚଳର ୭୦୭ଟି ବିଜୁ ଆଦର୍ଶ କଲୋନୀକୁ ଭର୍ଚୁଆଲ ମାଧ୍ୟମରେ ଲୋକାର୍ପିତ କରିଥିଲେ । ହିଞ୍ଜିଳିକାଟୁ ଆଜି ଠାରୁ ସଂପୂର୍ଣ୍ଣ ବସ୍ତିମୁକ୍ତ ସହର ହେବାର ନୂଆ ପରିଚୟ ପାଇଲା ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏହା ବ୍ୟକ୍ତିଗତ ଭାବେ ତାଙ୍କ ପାଇଁ ବହୁତ ଖୁସିର ବିଷୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜମି ଅଧିକାର ସହିତ ବସ୍ତି ଅଞ୍ଚଳକୁ ମୌଳିକ ସୁବିଧା ଯୋଗାଇ ଦିଆଯାଇ ବିଜୁ ଆଦର୍ଶ କଲୋନୀ ଗଠନ କରାଯାଉଛି। ୨୦୨୩ ଡିସେମ୍ବର ସୁଦ୍ଧା ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ଏବଂ ସାରା ରାଜ୍ୟ ବସ୍ତିମୁକ୍ତ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।ସହର ଗୁଡିକ ଯେପରି ବସ୍ତିମୁକ୍ତ ହୋଇ ରହିବ, ବସ୍ତି ସୃଷ୍ଟି ହେବାର କାରଣର ଅନୁସଂଧାନ କରି ତାର ନିରାକରଣ ପାଇଁ ରାଜ୍ୟ ସରକାର ପାଇଲଟ ପ୍ରୋଗ୍ରାମ ଆରମ୍ଭ କରିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏହି ଅବସରରେ ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ଅଗ୍ନିଶମ ବିଭାଗ କାର୍ଯ୍ୟାଳୟ ନିକଟ ବରାହୀ ମାର୍ଗ ରେ ଓ ନେତାଜୀ କଲ୍ୟାଣ ମଣ୍ଡପ ପରିସରରେ ଭିସି ଜରିଆରେ ମୁଖ୍ୟମନ୍ତ୍ରୀ ଙ୍କ ଅଭିଭାଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ହିଞ୍ଜିଳିକାଟୁ ପୌରପରିଷଦ ବରାହୀ ମାର୍ଗ ରେ ହିଞ୍ଜିଳିକାଟୁ ପୌରପରିଷଦ ଅଧ୍ୟକ୍ଷ ସୁବାସ ପଲେଇ, ଉପାଧ୍ୟକ୍ଷ ସୁଚିତ୍ରା ପଣ୍ଡା, କାଉନସିଲର ବିଭୁ ପ୍ରସାଦ ପଣ୍ଡା, କାଉନସିଲର ବସନ୍ତ ଵେହେରା ଯୋଗଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ଉତ୍ସର୍ଗୀକୃତ ହେବା ପରେ ବିଜୁ ଆଦର୍ଶ କଲୋନୀ ର ଜନସାଧାରଣ ଭୁୟସୀ ପ୍ରସଂଶା କରିଛନ୍ତି। ହିଞ୍ଜିଳିକାଟୁ ଵସ୍ତି ବାସିନ୍ଦାଙ୍କୁ ଭୁମି ଅଧିକାର ପ୍ରମାଣ ପତ୍ର ଓ ଆଦର୍ଶ କଲୋନୀ ଭାବେ ଜନସାଧାରଣ ଙ୍କ ନିମନ୍ତେ ଉତ୍ସର୍ଗୀକୃତ କରିଛନ୍ତି। ସେହିପରି ଭାବେ ହିଞ୍ଜିଳିକାଟୁ ପୌରପରିଷଦ କାଳୀମନ୍ଦୀର ନିକଟରେ ନେତାଜୀ କଲ୍ୟାଣ ମଣ୍ଡପ ପରିସରରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଉପଜିଲ୍ଲାପାଳ ପ୍ରଶନ କୁମାର ପାତ୍ର, ଗ୍ରୀଟ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ, ହିଞ୍ଜିଳିକାଟୁ ପୌରପରିଷଦ ନିର୍ବାହୀ ଅଧିକାରୀ ଡ଼ଃ ମନୋରଞ୍ଜନ ସାହୁ, କାଉନସିଲର ସରୋଜ କୁମାର ପଣ୍ଡା ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ପୌରପାଳିକା ଯନ୍ତ୍ରୀ ମାନସ ରଞ୍ଜନ ଦାସ, ଯନ୍ତ୍ରୀ ଦିଲିପ କୁମାର ମିଶ୍ରଙ୍କ ସମେତ ପୌରପାଳିକାର ସ୍ଵଛ ସାଥୀ ଓ କର୍ମଚାରୀ ମାନେ ସହଯୋଗ କରିଥିଲେ।

nis-ad
Leave A Reply

Your email address will not be published.