ନବଗତ ଛାତ୍ରଛାତ୍ରୀଙ୍କୁ ସ୍ବାଗତ ଏବଂ ଅଧ୍ୟାପକଙ୍କୁ ବିଦାୟ ସମ୍ବର୍ଦ୍ଧନା

ବୁଗୁଡା : ସ୍ଥାନୀୟ ପିପୁଲ୍ସ କଲେଜର ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ବିଭାଗୀୟ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ଵାଗତ ଏବଂ ସ୍ଥାନାନ୍ତରିତ ଅଧ୍ଯାପକଙ୍କୁ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କାର୍ଯ୍ୟକ୍ରମ କଲେଜ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଅଧ୍ଯକ୍ଷ ରଜନୀ କାନ୍ତ ଦାଶଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ଜୟରାମ ବିଷୋୟୀ ଓ ପ୍ରଦୀପ କୁମାର ଦାଶ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିଥିଲେ । କାର୍ଯ୍ୟକ୍ରମର ପ୍ରଥମ ପର୍ଯ୍ୟାୟରେ +୩ ପ୍ରଥମ ବର୍ଷର ନବାଗତ ଛାତ୍ରଛାତ୍ରୀଗଣ ସ୍ବ ସ୍ବ ପରିଚୟ ପ୍ରଦାନ କରିଥିବା ବେଳେ ସେମାନଙ୍କୁ ସିନିୟର ଛାତ୍ରଛାତ୍ରୀଙ୍କ ଦ୍ଵାରା ସ୍ନେହପୂର୍ଣ୍ଣ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । କାର୍ଯ୍ୟକ୍ରମର ଦ୍ବିତୀୟ ପର୍ଯ୍ୟାୟରେ ଦୀର୍ଘ ୬ ବର୍ଷ ଧରି କାର୍ଯ୍ୟରତ ଥିବା ବିଭାଗୀୟ ଅଧ୍ଯାପକ ସଞ୍ଜୟ କୁମାର ସାହୁଙ୍କୁ ଉପଢୌକନ ଓ ଉପହାର ପ୍ରଦାନ ପୂର୍ବକ ସ୍ଥାନାନ୍ତରକାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । କାର୍ଯ୍ୟକ୍ରମର ପ୍ରାରମ୍ଭରେ ବିଭାଗୀୟ ମୁଖ୍ୟ ଅଧ୍ୟାପକ ସଞ୍ଜୟ କୁମାର ପ୍ରଧାନ ସ୍ବାଗତ ଭାଷଣ ସହ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଶେଷରେ ଅଧ୍ୟାପକ ହିମାଂଶୁ ଶେଖର ରଥ ଧନ୍ୟବାଦ ଅର୍ପଣ କରିଥିଲେ ।

nis-ad
Leave A Reply

Your email address will not be published.