ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା

ବୁଗୁଡ଼ା : ସ୍ଥାନୀୟ ପିପୁଲ୍ସ ହାଇସ୍କୁଲ ମିନି ଷ୍ଟାଡିୟମରେ ଶ୍ରୀ ବିରଞ୍ଚି ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟର ୫୯ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ କୃଷ୍ଣପ୍ରିୟା ମହାରଣାଙ୍କ ତତ୍ତ୍ବାବଧାନରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ବିଇଓ କବିବର ପ୍ରଧାନ ଯୋଗ ଦେଇ କ୍ରୀଡା ପତାକା ଉତ୍ତୋଳନ କରିଥିବା ବେଳେ ଛାତ୍ରୀମାନଙ୍କ ସାମୁହିକ ଶପଥ ପାଠ ପରେ ବାର୍ଷିକ କ୍ରୀଡା ପ୍ରତିଯୋଗିତାର ଶୁଭାରମ୍ଭ ହୋଇଥିଲା । କନିଷ୍ଠ ଓ ବରିଷ୍ଠ ବର୍ଗର ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଦୌଡ, ଲମ୍ବ ଡିଆଁ, ଗୁଳା ଫିଙ୍ଗା ଆଦି ପ୍ରତିଯୋଗିତା କରାଯାଇ କୃତି ପ୍ରତିଯୋଗୀ ଚୟନ କରାଯାଇଥିଲା । ପ୍ରତିଯୋଗିତା ଗୁଡିକୁ କ୍ରୀଡା ଶିକ୍ଷକ ଅମୀୟ ରଞ୍ଜନ ଭୂୟାଁ ଓ ବିଶ୍ବେଶ୍ବର ଗିରି ପରିଚାଳନା କରିଥିବା ବେଳେ ଶିକ୍ଷକ ମନୋଜ କୁମାର ତନ୍ତି, ଶିକ୍ଷୟିତ୍ରୀ ଅଞ୍ଜଳି କୁମାରୀ ଶବର ଓ ଦେବୀ ଶବର ପ୍ରମୁଖ ସହଯୋଗ କରିଥିଲେ ।

nis-ad
Leave A Reply

Your email address will not be published.