ନବାଗତ ପ୍ରାଣୀ ବିଜ୍ଞାନ ଛାତ୍ରଛାତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା


ବୁଗୁଡ଼ା : ସ୍ଥାନୀୟ ପିପୁଲ୍ସ କଲେଜର ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା ପ୍ରଦାନ ଉପଲକ୍ଷେ ଏକ କାର୍ଯ୍ୟକ୍ରମ ବୁଦ୍ଧଖୋଲ ପାଦଦେଶରେ ଅନୁଷ୍ଠିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ତଥା ବିଭାଗୀୟ ମୁଖ୍ୟ ରଜନୀ କାନ୍ତ ଦାଶଙ୍କ ପୌରହିତ୍ଯରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ଅଧ୍ଯାପକ ପ୍ରଦୀପ କୁମାର ଦାଶ, ଜୟରାମ ବିଷୋୟୀ, ହିମାଂଶୁ ଶେଖର ରଥ, ହରେକୃଷ୍ଣ ନାୟକ , ଆତ୍ମପ୍ରକାଶ ନାୟକ, ଉଦୟ ପ୍ରତାପ ଦାସ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ମାର୍ଗ ଦର୍ଶନ କରିବା ସହ ସେମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ । ଏ ଅବସରରେ ନବାଗତ ଛାତ୍ରଛାତ୍ରୀଙ୍କ ପରିଚୟ ଗ୍ରହଣ ସହ ସେମାନଙ୍କୁ ଭବ୍ଯ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା । ଉକ୍ତ କାର୍ଯ୍ୟକ୍ରମକୁ ଡେମୋନଷ୍ଟେଟର୍ ରାମକୃଷ୍ଣ ନାୟକ ପରିଚାଳନା କରିଥିବା ବେଳେ ଛାତ୍ରୀ ଦିପ୍ତି ପ୍ରିୟଦର୍ଶିନୀ ସାହୁ ଅତିଥି ପରିଚୟ ପ୍ରଦାନ ଏବଂ ତନୁଶ୍ରୀ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ ।

nis-ad
Leave A Reply

Your email address will not be published.