ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ମୋବାଇଲ ସମ୍ପୂର୍ଣ୍ଣ ନିଷେଧ

ଭୁବନେଶ୍ବର: ଜାନୁଆରୀ ପହିଲାରୁ ଶ୍ରୀମନ୍ଦିରରେ ସମ୍ପୂର୍ଣ୍ଣ ମୋବାଇଲ ନିଷେଧ କରାଯାଇଛି। ସେବାୟତ, ପୁଲିସ, ଅଧିକାରୀ କେହି ନେଇ ପାରିବେନି ମୋବାଇଲ ଫୋନ। ସିଂହଦ୍ବାର ଓ ଦକ୍ଷିଣ ଦ୍ବାରରେ ମୋବାଇଲ ଜମାଦେଇ ଭିତରକୁ ଯିବେ। ନୀତିକାନ୍ତି ଅପଡେଟ ପାଇଁ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗୋଟିଏ ମୋବାଇଲ ରହିବ ବୋଲି ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି ନିଆଯାଇଛି ବୋଲି ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ପୂର୍ବରୁ ଶ୍ରୀମନ୍ଦିର ଭିତରକୁ ସାଧାରଣ ଦର୍ଶକଙ୍କ ପାଇଁ ମୋବାଇଲ ଫୋନ୍‌ କଟକଣା ଥିବା ବେଳେ ଏବେ ପୁଲିସ, ସେବାୟତ ଓ କର୍ମଚାରୀଙ୍କୁ ମଧ୍ୟ ବାରଣ ହୋଇଛି। ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରୀମନ୍ଦିର ପରିଚାଳନା ବୈଠକରେ ଆଜି ଏହି ନିଷ୍ପତ୍ତି ନିଆଯାଇଛି। ବୈଠକରେ ହୋଇଥିବା ନିଷ୍ପତ୍ତି ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ଶାସନ ସଚିବ ବୀର ବିକ୍ରମ ଯାଦବ ସୂଚନା ଦେଇଛନ୍ତି।

ପରିଚାଳନା ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ଆସନ୍ତା ଜାନୁଆରି ୧ ତାରିଖ ଠାରୁ ଶ୍ରୀମନ୍ଦିର ଭିତରକୁ କେହିବି ମୋବାଇଲ ଫୋନ୍‌ ନେଇପାରିବେ ନାହିଁ। ସେବାୟତ ଓ କର୍ମଚାରୀମାନେ ମଧ୍ୟ ମୋବାଇଲ ଫୋନ୍‌ ଶ୍ରୀମନ୍ଦିର ଭିତରକୁ ନେଇ ପାରିବେ ନାହିଁ। ମନ୍ଦିର ଭିତରକୁ ପ୍ରବେଶ କରିବା ପୂର୍ବରୁ ଜନସାଧାରଣ, ପୁଲିସ,‌ ସେବାୟତ ଓ କର୍ମଚାରୀଙ୍କୁ ମୋବାଇଲ ଫୋନ୍‌ ବାହାରେ ରଖିବାକୁ ପଡ଼ିବ। ମୋବାଇଲ ରଖିବା ପାଇଁ ସିଂହଦ୍ବାର ଓ ଦକ୍ଷିଣ ଦ୍ବାର ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ନିୟମ ଉଲ୍ଲଂଘନ କରି ଯେଉଁମାନେ ଶ୍ରୀମନ୍ଦିର ଭିତରକୁ ମୋବାଇଲ ଫୋନ୍‌ ନେଇକି ‌ଯିବେ, ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ।

nis-ad
Leave A Reply

Your email address will not be published.