ବିରଞ୍ଚି ନାରାୟଣ ପବ୍ଲିକ୍ ସ୍କୁଲର ବାର୍ଷିକ କ୍ରୀଡା

ବୁଗୁଡ଼ା : ତା ୨୨/୧୨/୨୨ : ସ୍ଥାନୀୟ ବିରଞ୍ଚି ନାରାୟଣ ପବ୍ଲିକ୍ ସ୍କୁଲର ୮ମ ବାର୍ଷିକ କ୍ରୀଡା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବାର୍ଷିକ କ୍ରୀଡାର ଉଦଘାଟନୀ ଉତ୍ସବରେ ସ୍କୁଲ ପରିଚାଳନା ନିର୍ଦ୍ଦେଶକ ଚନ୍ଦନ ଚର୍ଚ୍ଚିତ ପାତ୍ର ଅଧ୍ଯକ୍ଷତା କରିଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ବୁଗୁଡ଼ା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଓ ସମ୍ମାନିତ ଅତିଥି ଭାବେ ଏନ୍ଏସି ଉପାଧ୍ୟକ୍ଷା ଗୀତାଞ୍ଜଳି ପାଢ଼ୀ,ନୀଳମାଧବ ଆଚାରୀ, ସୁଧାଂଶୁ ଶେଖର ପାଢ଼ୀ ପ୍ରମୁଖ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ । ଶ୍ରୀ ବିରଞ୍ଚି ନାରାୟଣ ମନ୍ଦିରରୁ କ୍ରୀଡା ଜ୍ଯୋତି ଆସି ପହଞ୍ଚିବା ପରେ ମୁଖ୍ଯ ଅତିଥିଙ୍କ ଦ୍ଵାରା କ୍ରୀଡା ପତାକା ଉତ୍ତୋଳନ ସହ ପ୍ରତିଯୋଗୀଙ୍କ ଶପଥ ପାଠ କରାଯାଇଥିଲା ।

ଏ ଅବସରରେ ଦୌଡ, ଲଙ୍ଗଜମ୍ପ୍, ହାଇଜମ୍ପ୍, ସ୍କିପିଙ୍ଗ୍, ସଟପୁଟ୍ ଥ୍ରୋ, ଡିସକ୍ସ୍ ଥ୍ରୋ, ମ୍ୟୁଜିକ୍ ଚେୟାର୍, କଙ୍ଗାରୁ ରେସ୍, ସ୍ଲୋ ସାଇକିଲିଂ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇ କୃତି ପ୍ରତିଯୋଗୀଙ୍କୁ ଚୟନ କରାଯାଇଥିଲା ।ପ୍ରିନ୍ସିପାଲ ବାଲଗୋପାଲ ଶତପଥୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ କ୍ରୀଡା ପ୍ରତିଯୋଗିତା ଗୁଡିକୁ କ୍ରୀଡା ଶିକ୍ଷକ ଗୋପାଳ ପାତ୍ର, ହର ପ୍ରସାଦ ନନ୍ଦ ଓ ଶ୍ରୀକାନ୍ତ ଖାଡ଼ଙ୍ଗା ପ୍ରମୁଖ ପରିଚାଳନା କରିଥିଲେ । ଉକ୍ତ ବାର୍ଷିକ କ୍ରୀଡାର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବୁଗୁଡ଼ା ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ସମ୍ମାନିତ ଅତିଥି ଭାବେ ବ୍ଲକ୍ ଉପାଧ୍ୟକ୍ଷ ମାନସ ରଞ୍ଜନ ପ୍ରଧାନ ଓ ଶିକ୍ଷାନୁଷ୍ଠାନର ଉପଦେଷ୍ଟା ସୁରେଶ ଚନ୍ଦ୍ର ଦାଶ ଯୋଗ ଦେଇ କୃତି ପ୍ରତିଯୋଗୀଙ୍କୁ ପୁରସ୍କାର ବଣ୍ଟନ କରିଥିଲେ । ପରିଶେଷରେ ଶିକ୍ଷୟିତ୍ରୀ ବିଷ୍ଣୁପ୍ରିୟା ଖାଡ଼ଙ୍ଗା ଧନ୍ୟବାଦ ଅର୍ପଣ କରିଥିଲେ ।

nis-ad
Leave A Reply

Your email address will not be published.