ହକି ବିଶ୍ବକପ ପାଇଁ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଆମନ୍ତ୍ରଣ କଲେ ନବୀନ…

ଭୁବନେଶ୍ବର : ଆସନ୍ତା ଜାନୁଆରି ମାସରେ ଭୁବନେଶ୍ବର ଓ ରାଉରକେଲାରେ ଅନୁଷ୍ଠିତ ହେବାକୁ ଥିବା ହକି ବିଶ୍ବକପ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରୁଛନ୍ତି । ଏହି କ୍ରମରେ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ହକି ବିଶ୍ବକପରେ ଯୋଗ ଦେବାକୁ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ତରଫରୁ ମନ୍ତ୍ରୀ ଜଗନ୍ନାଥ ସରାକା ରାଞ୍ଚି ଯାଇ ସୋରେନଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି ।


ଗତକାଲି ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ଭେଟି ବିଶ୍ବକପ ନିମନ୍ତେ ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ ଓ ଟିମ ଇଣ୍ଡିଆର ଜର୍ସି ପ୍ରଦାନ କରିଥିଲେ । ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଆଜି ଚେନ୍ନାଇଠାରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍‌.କେ.ଷ୍ଟାଲିନ୍‌ଙ୍କୁ ସାକ୍ଷାତ କରି ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ତରଫରୁ ଆନୁଷ୍ଠାନିକ ଭାବେ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି । ସେ ତାମିଲନାଡୁର କ୍ରୀଡାମନ୍ତ୍ରୀ ଉଦୟନାଥ ଷ୍ଟାଲିନ୍‌ଙ୍କୁ ମଧ୍ୟ ନିମନ୍ତ୍ରଣ କରିଛନ୍ତି । ସେହିପରି ମନ୍ତ୍ରୀ ଅଶୋକ ପଣ୍ଡା ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡିଙ୍କୁ ଭେଟି ବିଶ୍ବକପ ହକି ଲାଗି ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି।

nis-ad
Leave A Reply

Your email address will not be published.