ଜାନୁଆରୀ ୪ରୁ ୧୪ ପର୍ଯ୍ୟନ୍ତ କୁମ୍ଭୀର ଗଣନା, ୧୧ଦିନ ବନ୍ଦ ରହିବ ଭିତରକନିକା…

ରାଜନଗର: ଜାନୁଆରୀ ୪ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଭିତରକନିକାରେ କୁମ୍ଭୀର ଗଣନା । ବିରଳ ବଉଳା କୁମ୍ଭୀରଙ୍କ ଏନ୍ତୁଡିଶାଳ ଭିତରକନିକାରେ ପ୍ରତିବର୍ଷ ପରି ଚଳିତବର୍ଷ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ବିଶାରଦ ଡା. ସୁଧାକର କରଙ୍କ ନେତୃତ୍ୱରେ ବନକର୍ମଚାରୀ କୁମ୍ଭୀର ଗଣନା କରିବେ।

ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀନାଳ ଗୁଡିକରେ କୁମ୍ଭୀର ଗଣନା କରାଯିବ। କୁମ୍ଭୀର ଗଣନା ପାଇଁ ପ୍ରାୟ ୧୧ଦିନ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଗତବର୍ଷ ଗଣନା ଅନୁସାରେ ଭିତରକନିକାରେ ୧୭୮୪ଟି ବଉଳା କୁମ୍ଭୀର ଅଛନ୍ତି।

nis-ad
Leave A Reply

Your email address will not be published.