ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ଅଗ୍ନିକାଣ୍ଡ : ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ…

ଛତ୍ରପୁର : ଛତ୍ରପୁର ସରକାରୀ ବିଜ୍ଞାନ ମହାବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି । ଗୁରୁବାର ସକାଳୁ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ କକ୍ଷରେ ନିଆଁ ଜଳୁଥିବା ଦେଖି ରାତ୍ର ଜଗୁଆଳ ଅଧ୍ୟକ୍ଷଙ୍କୁ ଜଣାଇଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ କିଶୋର ଚନ୍ଦ୍ର ବେହେରା ଓ କର୍ମଚାରୀ ମାନେ ପହଂଚି ନିଆର୍କୁ ଲିଭାଇବା ପାଇଁ ଚେଷ୍ଟା କରିଥିଲେ । ପରେ ଅଗ୍ନିଶ୍ରମ ବିଭାଗକୁ ଖବର ଦିଆଯାଇଥିଲା । ଅଗ୍ନିଶ୍ରମ ବାହିନୀ ପହଂଚି ନିଆଁକୁ ଆୟତ୍ତ କରିଥିଲେ । ଅନ୍ୟପଟେ ଆଜି ଗୋଟାଏ ଦିନ ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ ମହାବିଦ୍ୟାଳୟ ଛୁଟି କରିଦିଆଯାଇଥିବା ଅଧ୍ୟକ୍ଷ ଶ୍ରୀ ବେହେରା ସୂଚନା ଦେଇଛନ୍ତି ।

nis-ad
Leave A Reply

Your email address will not be published.