ବାଲିଗୁଡା ଉପଖଣ୍ଡ ସ୍ତରୀୟ ୭୪ତମ ସାଧାରଣତନ୍ତ୍ର ଦିବସ ପାଳିତ…

ବାଲିଗୁଡ଼ା: ଆଜି ସାରା ଦେଶ ପାଳୁଛି ୭୪ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ବାଲିଗୁଡା ରେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସମଗ୍ର ସହରରେ ଡାକବାଜି ଯନ୍ତ୍ର ଯୋଗେ ପ୍ରତ୍ୟୁଷ ରେ ରାମଧୂନ ପରିବେଷଣ କରାଯାଇଥିଲା l ସକାଳ ୭ ଘଣ୍ଟ ସମୟରେ ଉପଖଣ୍ଡ ର ସମସ୍ତ ଶିକ୍ଷାନୁଷ୍ଠାନ ଏବଂ ସରକାରୀ ଓ ବେସରକାରୀ ଅନୁଷ୍ଠାନ ରେ ଜାତୀୟ ପତାକା ଉତ୍ତୋଳନ ହୋଇଥିଲା l ପରେ ପରେ ବାଲିଗୁଡ଼ା ସ୍ଥିତ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମରେ ଉପଖଣ୍ଡ ସ୍ତରୀୟ ୭୪ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ବାଲିଗୁଡ଼ା ଉପଜିଲ୍ଲାପାଳ ଶ୍ରୀମତୀ ଏମ.ଏସ.ମଧୁମିତା ମୁଖ୍ୟ ଅତିଥି ଭାବେ ଯୋଗଦେଇ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରି ଜାତି ଉଦେଶ୍ୟରେ ଉଦବୋଧନ ଦେଇଥିଲେ । ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରୁ ସମୁଦାୟ ୩୨ଟି ଦଳ ସମ୍ମିଳିତ ପ୍ୟାରେଡରେ ଭାଗ ନେଇଥିଲେ ।

ଦୀର୍ଘ ଦୁଇ ବର୍ଷ ହେଲା ମହାମାରୀ କରୋନା ଭୁତାଣୁ ସଂକ୍ରମଣ କାରଣରୁ ସରକାରଙ୍କ ନିୟମକୁ ମାନି ନିରାଡ଼ମ୍ବର ଭାବେ ସାଧାରଣତନ୍ତ୍ର ଦିବସ ଓ ସ୍ବାଧୀନତା ଦିବସ ପାଳନ କରାଯାଉଥିଲା । ଚଳିତ ବର୍ଷ କଟକଣା ହଟିଥିବାରୁ ପୂର୍ବବର୍ଷ ମାନଙ୍କ ଭଳି ପୁଣି ଥରେ ମହା ଆଡ଼ମ୍ବରରେ ବାଲିଗୁଡ଼ାରେ ପାଳନ କରାଯାଇଛି ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ସମସ୍ତ ଶିକ୍ଷାନୁଷ୍ଠାନର ଛାତ୍ରଛାତ୍ରୀ ମାନଙ୍କୁ ନେଇ ବିଭିନ୍ନ ପ୍ରତିଯୋଗିତା ସହ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ସେଥିରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ବାରା ପୁରସ୍କୃତ କରାଯାଇଥିଲା । ଏହି ଉତ୍ସବ ଟିକୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ଅଭିମନ୍ୟୁ ପ୍ରଧାନ, ଉପଖଣ୍ଡ ଉତ୍ସବ ପାଳନ କମିଟିର ଯୁଗ୍ମ ସମ୍ପାଦକ ତୀର୍ଥବାସୀ ଘଡ଼ାଇ, ରଶ୍ମି ରଞ୍ଜନ ମହାରଣା ପ୍ରମୁଖ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ l ଦୀର୍ଘ ଦୁଇ ବର୍ଷ ପରେ ପୁଣି ସ୍ବଭାବିକ ପରିସ୍ଥିତି ଫେରିଥିବାରୁ ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀ ବେସ୍ ଉତ୍ସାହିତ ଥିବା ଦେଖିବାକୁ ମିଳିଥିଲା ।

nis-ad
Leave A Reply

Your email address will not be published.