ହିଞ୍ଜିଳିକାଟୁ ୩୦/୧ : ହିଞ୍ଜିଳିକାଟୁ ପଞ୍ଚାୟତ ସମିତି ପରିସରରେ ରେ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା ଓ ଛତ୍ରପୁର ଆରକ୍ଷୀ ଅଧିକ୍ଷକ ଜଗମୋହନ ମୀନା ଙ୍କ ଯୁଗ୍ମ ଅଭିଯୋଗ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଲିନା କୁମାରୀ ଖେସ , ଛତ୍ରପୁର ଉପଜିଲ୍ଲାପାଳ ପ୍ରଶନ କୁମାର ପାତ୍ର, ମୁଖ୍ୟମନ୍ତ୍ରୀ ଙ୍କ ଜିଲ୍ଲାପରିଷଦ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର ପଞ୍ଚାୟତ ସମିତି ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁବ୍ରତ କୁମାର ଜେନା, ହିଞ୍ଜିଳିକାଟୁ ତହସିଲଦାର ପ୍ରଭାତ କୁମାର ପରିଡ଼ା, ଆସିକା ଉପଖଣ୍ଡ ଅଧିକାରୀ ଉମାଶଙ୍କର ସିଂ, ହିଞ୍ଜିଳି ଥାନା ଅଧିକାରୀ ଅଭିମନ୍ୟୁ ଦାସ ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଙ୍କ ସହ ବିଜେଡି କୃଷି ବିପଣନ ଵୋର୍ଡ ଉପଦେଷ୍ଟା ସୁରେନ୍ଦ୍ରନାଥ ପ୍ରଧାନ, ଡି ବିଶ୍ୱନାଥ, ବିଜେଡି ରାଜ୍ୟ ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୨୧୨ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୮୭ ଟି ବ୍ୟକ୍ତିଗତ ସମସ୍ୟା ପକ୍କା ଘର, ଭତ୍ତା, ଖାଉଟି କାର୍ଡ ଅଭିଯୋଗ ଓ ୨୫ ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୧୩ ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।୪ ଜଣଙ୍କୁ ତିନିଚକିଆ ସାଇକେଲ ମଞ୍ଜୁର କରାଯାଇଥିଲା।