ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ଗୁଳିକାଣ୍ଡ ଘଟଣା, ବଦଳିଲେ ଝାରସୁଗୁଡ଼ା ଏସ୍‌ପି…

ଭୁବନେଶ୍ବର: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ଘଟଣାରେ ରାଜ୍ୟ ପୁଲିସ କାର୍ଯ୍ୟାନୁଷ୍ଠାନ ନେଇଛି। ଝାରସୁଗୁଡ଼ା ଏସ୍‌ପି ଓ ବ୍ରଜରାଜନଗର ଏସ୍‌ଡିପିଓଙ୍କୁ ବଦଳି କରାଯାଇଛି। ଝାରସୁଗୁଡ଼ା ଏସ୍‌ପି ରାହୁଲ ଜୈନଙ୍କ ବଦଳି ହୋଇଛି। ରାହୁଲ ଜୈନଙ୍କୁ ରାଜ୍ୟ ପୁଲିସ ମୁଖ୍ୟାଳୟରେ ଅବସ୍ଥାପିତ କରାଯାଇଛି। ତାଙ୍କ ସ୍ଥାନରେ ବରଗଡ଼ ଏସ୍‌ପି ପରମାର ସ୍ମିତ୍‌ଙ୍କୁ ଝାରସୁଗୁଡ଼ାରେ ଅବସ୍ଥାପିତ କରାଯାଇଛି। ସେହିଭଳି ବୌଦ୍ଧର ଏସ୍‌ପି ପ୍ରହଲ୍ଲାଦ ସହାୟଙ୍କୁ ବରଗଡ଼ ବଦଳି ହୋଇଥିବା ବେଳେ ରାୟଗଡ଼ାର ଅତିରିକ୍ତ ଏସ୍‌ପିଙ୍କୁ ବୌଦ୍ଧରେ ନୂଆ ନିଯୁକ୍ତି ମିଳିଛି।

ସେହିପରି ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଏସ୍‌ଡିପିଓ ଗୁପ୍ତେଶ୍ବର ଭୋଇଙ୍କୁ ମଧ୍ୟ ବଦଳି ହୋଇଛି। ଶ୍ରୀ ଭୋଇଙ୍କୁ ରାଜ୍ୟ ପୁଲିସ ମୁଖ୍ୟାଳୟକୁ ବଦଳି ହୋଇଥିଲା ବେଳେ ତାଙ୍କ ସ୍ଥାନରେ ଚିନ୍ତାମଣୀ ପ୍ରଧାନଙ୍କୁ ନୂତନ ଦାୟିତ୍ବ ମିଳିଛି। ଚିନ୍ତାମଣୀ ଏବେ ଅନୁଗୁଳ ଜିଲ୍ଲା ଆଠମଲ୍ଲିକ ଏସ୍‌ଡିପିଓ ଭାବେ କାର୍ଯ୍ୟରତ ଅଛନ୍ତି।

ସୂଚନାଯୋଗ୍ୟ, ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗତ ୨୯ ତାରିଖ ଦିନ ପ୍ରାୟ ସାଢ଼େ ୧୨ଟାରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଠାରେ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଯାଇଥିଲେ। ସେ ସେହି କାର୍ଯ୍ୟକ୍ରମସ୍ଥଳରେ ପହଞ୍ଚି ମଂଚାସୀନ ହେବା ପୂର୍ବରୁ ତାଙ୍କୁ ବ୍ରଜରାଜନଗର ଗାନ୍ଧିଛକ ଫାଣ୍ଡିରେ ମୁତୟନ ହୋଇଥିବା ପୁଲିସ ଏଏସ୍‌ଆଇ ଗୋପାଳକୃଷ୍ଣ ଦାସ ଗୁଳି କରିଥିଲେ। ନବ ଦାସଙ୍କ ଛାତିରେ ଗୁଳି ବାଜିଥିବାରୁ ସେ ଘଟଣାସ୍ଥଳରେ ହିଁ ତଳେ ପଡ଼ିଯାଇଥିଲେ। ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବରକୁ ଏୟାରଲିଫ୍ଟ କରାଯାଇଥିଲା। ଭୁବନେଶ୍ବରସ୍ଥିତ ଆପଲୋ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିଲା। ଏହି ଘଟଣାରେ ଅଭିଯୁକତ ଏଏଏସ୍‌ଆଇ ଗୋପାଳକୃଷ୍ଣଙ୍କୁ ପୁଲିସ ଗିରଫ କରିଛି। ଘଟଣାର ତଦନ୍ତ ପାଇଁ କ୍ରାଇମ୍‌ବ୍ରାଞ୍ଚ ଏପର୍ଯ୍ୟନ୍ତ ୩ଟି ଟିମ୍‌ ଗଠନ କରିଛି। ଏହାରି ମଧ୍ୟରେ ଝାରସୁଗୁଡ଼ା ଏସ୍‌ପି ରାହୁଲ ଜୈନ ଓ ବ୍ରଜରାଜନଗର ଏସ୍‌ଡିପିଓ ଗୁପ୍ତେଶ୍ବର ଭୋଇଙ୍କୁ ରାଜ୍ୟ ମୁଖ୍ୟ ପୁଲିସ କାର୍ଯ୍ୟାଳୟକୁ ବଦଳି ହୋଇଛି।

nis-ad
Leave A Reply

Your email address will not be published.