ଫେବ୍ରୁଆରୀ ୧୦ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି…

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁଣି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ଜଣାପଡ଼ିଛି । ସେ ଫେବ୍ରୁଆରୀ ୧୦ରେ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ପହଞ୍ଚିବେ । ସେଠାରୁ ସେ ସିଧାସଳଖ ରାଜଭବନ ଯିବେ ଏବଂ ପରେ ରମାଦେବୀ ବିଶ୍ୱବିଦ୍ୟାଳୟର କନ୍‌ଭୋକେସନ୍‌ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

ତାହା ଶେଷକରି ରାଷ୍ଟ୍ରପତି ରାଜଭବନରେ ରାତ୍ରୀଯାପନ କରିବେ । ପରଦିନ ଅର୍ଥାତ ଫେବ୍ରୁଆରୀ ୧୧ରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ପ୍ରଜ୍ଞାନ ମିଶନ ସହ ଆଉ କିଛି କାର୍ଯ୍ୟକ୍ରମରେ ଯୋଗଦେବେ । ଏହି ଅବସରରେ ରାଜ୍ୟର କିଛି ବିଶିଷ୍ଟ ବ୍ୟକ୍ତିଙ୍କୁ ଭେଟିବା ପରେ ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ବୋଲି ବିଶେଷସୂତ୍ରରୁ ଜଣାପଡ଼ିଛି । ହେଲେ ସରକାରୀ ଭାବେ ଏନେଇ କିଛି କୁହାଯାଇନାହିଁ ।

nis-ad
Leave A Reply

Your email address will not be published.