ଲୁନାକୁ ଧକ୍କା ଦେଲା ଟ୍ରକ: ଜଣେ ମୃତ, ଜଣେ ଗୁରୁତର

ନୟାଗଡ: ନୟାଗଡ ଜ଼ିଲ୍ଲା ରଣପୁର ଥାନା ଅନ୍ତର୍ଗତ ସାନଗଡ଼ ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଲୁନାଗାଡିକୁ ପଛପଟୁ ଧକ୍କାଦେଲା ମଧୁବାସନ୍ତି ଗଣନାଟ୍ୟର ଟ୍ରକ।ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଅବସ୍ଥାରେ ରଣପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଛି। ମୃତ୍ୟୁକ ବ୍ୟକ୍ତି ଜଣକ ହେଲେ କଙ୍କିଆ ଗ୍ରାମର ରଙ୍ଗନାଥ ବଳିୟାରସିଂ।

ଗୁରୁତର ଆହତ ବ୍ୟକ୍ତି ହେଉଛନ୍ତି ରାମଚନ୍ଦ୍ର ରଥ। ତାଙ୍କୁ ଅଧିକ ଚିକିତ୍ସା ନିମନ୍ତେ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଇଛି। ରାସ୍ତାକାମ ଚାଲୁଥିବାରୁ ଏଭଳି ଭୟଙ୍କର ଦୁର୍ଘଟଣା ଘଟିଥିବା ସାଧାରଣରେ ଚର୍ଚ୍ଚା ହେଉଥିବା ବେଳେ ଘଟଣା ସ୍ଥଳରେ ରଣପୁର ପୋଲିସ ପହଞ୍ଚି ଟ୍ରକକୁ ଜବତ କରି ତଦନ୍ତ କରୁଛି ।

nis-ad
Leave A Reply

Your email address will not be published.