ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟ ଗୁଡିକର ପ୍ରଧାନ ଶିକ୍ଷକଙ୍କ ତାଲିମ କାର୍ଯ୍ୟକ୍ରମ…

ବୌଦ୍ଧ : (୧୧/୦୨) ସମଗ୍ର ଶିକ୍ଷା ଅଭିଯାନ କାର୍ଯ୍ୟକ୍ରମର ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଜି ଦିନ 11ଘଣ୍ଟା ସମୟ ରେ ଜିଲ୍ଲା ଶିକ୍ଷା ଅଧିକାରୀ ଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱ ପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ବୈଠକ ରେ ଜିଲ୍ଲା ର ସମସ୍ତ ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟ ଗୁଡିକର ପ୍ରଧାନ ଶିକ୍ଷକ ମାନେ ଯୋଗ ଦେଇଥିଲେ l ରୂପାନ୍ତରିତ ଉଚ୍ଚ ବିଦ୍ୟାଳୟ ଗୁଡିକର ରକ୍ଷଣ ବେକ୍ଷଣ ଓ ସୁରକ୍ଷା ନିମନ୍ତେ ମାନବ ସମ୍ବଳ ନିୟଜନ ଉପରେ ଜିଲ୍ଲା ଶିକ୍ଷା ଅଧିକାରୀ ଡା. ଉଦୟନାଥ ମାଝୀ ତାଲିମ ପ୍ରଦାନ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ସହକରି ଗୋଷ୍ଠୀ ଶିକ୍ଷା ଅଧିକାରୀ ଅଖିଳ କୁମାର ପ୍ରଧାନ ଓ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l

nis-ad
Leave A Reply

Your email address will not be published.