ଏଚ୩ଏନ୨ ଭାଇରସରେ ଗଲା ୨ ଜଣଙ୍କ ଜୀବନ

ନୂଆଦିଲ୍ଲୀ : ମାରାତ୍ମକ ଏଚ୩ଏନ୨ ଭାଇରସ ଯୋଗୁ ସୃଷ୍ଟି ହୋଇଥିବା ଇନଫ୍ଲୁଏଞ୍ଜାରେ ଆକ୍ରାନ୍ତ ହୋଇ ପ୍ରଥମଥର ଭାରତରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ହରିଆଣାରେ ଜଣେ ଓ କର୍ଣ୍ଣାଟକାରେ ଜଣଙ୍କର ମୃତ୍ୟୁ ଏଚ୩ଏନ୨ ଭାଇରସ ଯୋଗୁ ହୋଇଥିବା ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି। ସୂଚନା ଅନୁସାରେ, ଦେଶରେ ବର୍ତ୍ତମାନ ଏଚ୩ଏନ୨ ଭାଇରସରେ ପ୍ରାୟ ୧୦୦ ଜଣ ଆକ୍ରାନ୍ତ ହୋଇଛନ୍ତି। ବିଗତ କିଛି ମାସ ହେଲାଣି ଦେଶରେ ଥଣ୍ଡା, କାଶ ଓ ଜ୍ୱରରେ ପୀଡ଼ିତ ହେଉଥିବା ଲୋକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଅଧିକାଂଶ ସଂକ୍ରମଣ ଏଚ୩ଏନ୨ ଭାଇରସ ଦ୍ୱାରା ହେଉଥିବା ବିଶେଷଜ୍ଞମାନେ କହିଛନ୍ତି। ଏହି ଭାଇରସ ହଂକଂହଂକଂ ଫ୍ଲୁ ଭାବେ ମଧ୍ୟ ଜଣାଶୁଣା

nis-ad
Leave A Reply

Your email address will not be published.