ଯୋଗାଣ ମନ୍ତ୍ରୀଙ୍କ ବାସଭବନ ସମ୍ମୁଖରୁ ନବ ନିର୍ମାଣ କୃଷକ ସଂଗଠନର ସଦସ୍ୟଙ୍କୁ ଉଠାଇନେଲା ପୋଲିସ…

ଭୁବନେଶ୍ବର: ଆଜି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ସରକାରୀ ବାସଭବନ ଘେରାଉ କରିଛନ୍ତି ନବ ନିର୍ମାଣ କୃଷକ ସଂଗଠନ ସଦସ୍ୟ। ଧାନ କିଣା ବିକାରେ ଅନିୟମିତତା ନେଇ ପ୍ରତିବାଦ କରିଛନ୍ତି ନବ ନିର୍ମାଣ କୃଷକ ସଂଗଠନ ।

ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ସରକାରୀ ବାସଭବନ ସମ୍ମୁଖରେ ନବନିର୍ମାଣ କୃଷକ ସଂଗଠନର ସଦସ୍ୟମାନେ ଚାଷ ବଞ୍ଚାଅ, ଚାଷୀ ବଞ୍ଚାଅ, ଦେଶ ବଞ୍ଚାଅ ନାରା ଦେଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମଣ୍ଡି ସମସ୍ୟା, ଧାନ କିଣାରେ ଅନିୟମିତତା ଓ କଟନୀ ଛଟନୀକୁ ବିରୋଧ କରି ଏହି ପ୍ରତିବାଦ କରାଯାଇଛି । ସେମାନଙ୍କୁ ତାଙ୍କ ହକ୍ ମିଳୁ ବୋଲି ସେମାନେ ଦାବି କରିଛନ୍ତି ।

ଅନ୍ୟପକ୍ଷରେ ପୋଲିସ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ବାସଭବନ ସମ୍ମୁଖରୁ କୃଷକ ସଂଗଠନର ସଦସ୍ୟ ମାନଙ୍କୁ ଉଠାଇ ନେଇଥିବା ଜଣାପଡ଼ିଛି  ।

nis-ad
Leave A Reply

Your email address will not be published.