ଶହୀଦ ଲକ୍ଷ୍ମଣ ନାୟକଙ୍କ ଜିଲ୍ଲାସ୍ତରୀୟ ଫାଶୀ ଦିବସ ପାଳିତ…

ମାଲକାନଗିରି, ୨୯/୦୩/୨୦୨୩: ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ଶହୀଦ ଲକ୍ଷ୍ମଣ ନାୟକଙ୍କ ଫାଶୀ ଦିବସ ପାଳନ କରାଯାଇଛି । ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ଶ୍ରୀ ବିଶାଲ ସିଂଙ୍କ ତତ୍ତ୍ଵାବଧାନରେ ସ୍ଥାନୀୟ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ଶହୀଦ ଲକ୍ଷ୍ମଣ ନାୟକଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଏବଂ ଏକ ସାଧାରଣ ସଭାର ଆୟୋଜନ କରାଯାଇଛି । ଏହି କାର୍ଯ୍ୟକ୍ରମରେ ପୌର ପରିଷଦ ନିର୍ବାହୀ ଅଧିକାରୀ, ଶ୍ରୀ କାହ୍ନୁ ଚରଣ ପଟ୍ଟନାୟକ ଯୋଗ ଦେଇ ଲକ୍ଷ୍ମଣଙ୍କ ବୀରତ୍ଵ ଓ ବଳିଦାନ ଦେଶପ୍ରେମର ଅନନ୍ୟ ଉଦାହରଣ ବୋଲି କହିଛନ୍ତି । ସେହିପରି ଏହି ଶିକ୍ଷାନୁଷ୍ଠାନର ଶିକ୍ଷାର୍ଥୀମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରମିଳା ମାଝୀ ସ୍ଵାଗତ ଭାଷଣ ପ୍ରଦାନ କରିଥିବା ବେଳେ ଅଧ୍ୟକ୍ଷ ଶ୍ରୀ ଦୁଷ୍ମନ୍ତ ଜେନା ଧନ୍ୟବାଦ ଅର୍ପଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏହି ଶିକ୍ଷାନୁଷ୍ଠାନର ଅଧ୍ୟାପକ , ଅଧ୍ୟାପିକା , ଶିକ୍ଷାର୍ଥୀବୃନ୍ଦଙ୍କ ସମେତ ସୂଚନା ଓ ଲୋକ ସମ୍ପର୍କ ବିଭାଗର କର୍ମଚାରୀ ଉପସ୍ଥିତ ଥିଲେ ।

nis-ad
Leave A Reply

Your email address will not be published.