ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୧୦ବର୍ଷ ସଶ୍ରମ କାରାଦଣ୍ଡ ସହ ଏକ ଲକ୍ଷ ଟଙ୍କା ଜୋରିମାନା

ଫୁଲବାଣୀ : ଫୁଲବାଣୀ ଫାଷ୍ଟ ଟ୍ରାକ ପୋସ୍କୋ କୋର୍ଟ ର ବିଚାରପତି ଶ୍ରୀଯୁକ୍ତ ଭାସ୍କର ଚନ୍ଦ୍ର ସାହୁ ଏକ ୧୭ ବର୍ଷିଆ ନାବାଳିକା ଦୁଷ୍କର୍ମ ମାମଲାର ୧୭ଜଣ ସାକ୍ଷୀ, ଡ଼ାକ୍ତରୀ ରିପୋର୍ଟ ଏବଂ ସାଇଣ୍ଟିଫିକ୍ ରିପୋର୍ଟ ଆଧାରରେ ବିଚାର କରି ଦୁର୍ଗାପ୍ରସାଦ ପ୍ରଧାନ ୨୭ବର୍ଷ ପିତା ଯୁଧିଷ୍ଠିର ପ୍ରଧାନ, ନାରାୟଣୀ ସାହି ଫୁଲବାଣୀକୁ ଦୋଷୀ ସାବ୍ୟସ୍ତ କରି ୧୦ବର୍ଷ ସଶ୍ରମ କାରାଦଣ୍ଡ ସହ ଏକ ଲକ୍ଷ୍ୟ ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ଜୋରିମାନା ଅନାଦେୟ ଆଉ ଅଧିକ ଛଅମାସ କାରାଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ତାଙ୍କ ରାୟ ରେ ଉଲ୍ଲେଖ କରିଛନ୍ତି। ସରକାରଙ୍କ ତରଫରୁ ପୋସ୍କୋ କୋର୍ଟର ସ୍ଵତନ୍ତ୍ର ପି.ପି. ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ। ସୂଚନା ଅନୁସାରେ ଅଭିଯୁକ୍ତ ବିବାହର ପ୍ରଲୋଭନ ଦେଖାଇ ପୀଡ଼ିତାକୁ ନିଜ ଘରକୁ ବହୁତ ଥର ନେଇ ଦୁଷ୍କର୍ମ କରିଥିଲା। ଯାହା ଫଳରେ ପୀଡ଼ିତା ଗର୍ଭବତୀ ହୋଇଥିଲା। ବାରମ୍ବାର ଅନୁରୋଧ ପରେ ମଧ୍ୟ ଅଭିଯୁକ୍ତ ବିବାହ କରିବାକୁ ପ୍ରତ୍ୟାଖ୍ୟାନ କରିବାରୁ ସାତ ମାସ ଗର୍ଭବତୀ ପୀଡ଼ିତା ଫୁଲବାଣୀ ଟାଉନ୍ ଥାନାରେ ଲିଖିତ ଅଭିଯୋଗ କରିଥିଲା । ଥାନାଧିକାରୀ ମାମଲାକୁ ଥାନା କେଶ୍ ନ°-୨୪୯ /୧୬ ରେ ରେଜିଷ୍ଟ୍ରି କରି ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟରେ ହାଜର କରାଇଥିଲେ। ଆଜି ବିଚାରପତି ଉପରୋକ୍ତ ରାୟ ପ୍ରକାଶ କରିଛନ୍ତି ।

nis-ad
Leave A Reply

Your email address will not be published.