ଛତ୍ରପୁରଠାରେ ବିଜେଡ଼ି ପକ୍ଷରୁ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ…

ଛତ୍ରପୁର : ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଛତ୍ରପୁର ଠାରେ ମହାସମାରୋହ ରେ ପାଳିତ ହୋଇଯାଇଛି । ବିଜୁ ଜନତା ଦଳ ଛତ୍ରପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଙ୍କ ନେତୃତ୍ୱ ରେ ସ୍ଥାନୀୟ ଗୌରୀ ଶଙ୍କର ମନ୍ଦିର ନିକଟ ଲାଇନବନ୍ଧ ଠାରେ ତିଳତର୍ପଣ କାର୍ଯ୍ୟକ୍ରମ ରେ ବହୁ ସଂଖ୍ୟାରେ ଦଳୀୟ ନେତା ଓ କର୍ମୀ ଏକାଠି ହୋଇ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ । ଏହି ଅବସରରେ ତାଡେ଼ପଲ୍ଲୀ ସ୍ଥିତ ଶ୍ରୀଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ସମୂହ ଦୀପଦାନ କରିଥିଲେ l ପରେ ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ରେ ରୋଗୀ ମାନଙ୍କୁ ଫଳ ବଣ୍ଟନ ହୋଇଥିଲା | ଏହାପରେ ଲୋୟର ବସଷ୍ଟାଣ୍ଡ ଠାରେ ଥିବା ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ରେ ବିଧାୟକ ଶ୍ରୀ ବେହେରା ଙ୍କ ନେତୃତ୍ୱ ରେ ଦଳୀୟ ନେତା ଓ କର୍ମୀ ମାନେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ l ଏହା ସହିତ ଏକ ସ୍ମୃତିସଭା ଓ ସମୂହ ଶପଥ ପାଠ ଅନୁଷ୍ଠିତ ହୋଇଥିଲା l ବିଧାୟକ ଶ୍ରୀ ବେହେରା ଵିଜୁ ବାବୁ ଙ୍କ ଜୀବନି ଓ ସେ କରିଥିବା ସାହାସିକତା ଉପରେ ଆଲୋକପାତ କହିବା ସହ ନବୀନ ଓଡ଼ିଶା ଗଠନ ପାଇଁ କର୍ମୀ ମାନଙ୍କୁ ଆହ୍ୱାନ ଦେଇଥିଲେ | କାର୍ଯ୍ୟକ୍ରମ ଅନ୍ୟମାନଙ୍କ ମଧ୍ୟ ରେ ଛତ୍ରପୁର ଏନଏସି ଉପାଧ୍ୟକ୍ଷ ଜି. ପାପା ରାଓ,ଗଞ୍ଜାମ ଏନଏସି ଉପାଧ୍ୟକ୍ଷ ସୁରେନ୍ଦ୍ର କୁମାର ବାରିକିଙ୍କ ସମେତ ବହୁ ଦଳୀୟ ନେତା ଓ କର୍ମୀ ମାନେ ଉପସ୍ଥିତ ଥିଲେ |

nis-ad
Leave A Reply

Your email address will not be published.