ସମ୍ବଲପୁରରେ ଆଉ ୨୪ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ

ସମ୍ବଲପୁର:  ସମ୍ବଲପୁରରେ ପୁଣି ବଢିଲା ଇଣ୍ଟରନେଟ୍‌ କଟକଣା। ଆଉ ୨୪ ଘଣ୍ଟା ଇଣ୍ଟରନେଟ୍‌ ସେବା ବନ୍ଦ। ଆସନ୍ତାକାଲି ସକାଳ ୧୦ଟା ପର୍ଯ୍ୟନ୍ତ ବନ୍ଦ ରହିବ ଇଣ୍ଟରନେଟ୍‌ ସେବା। ହ୍ଵାଟ୍ସଆପ୍‌, ଟୁଇଟର୍‌, ଫେସବୁକ, ଇନଷ୍ଟାଗ୍ରାମ୍‌ ବନ୍ଦ ରହିବ ।

ସମସ୍ତ ମୋବାଇଲ୍‌ ସେବା ପ୍ରଦାନକାରୀଙ୍କ ଇଣ୍ଟରନେଟ୍‌ ଓ ଡାଟା ସର୍ଭିସ ବନ୍ଦ ରହିବ । ସେହିପରି ବନ୍ଦ ରହିବ ବ୍ରଡବ୍ୟାଣ୍ଡ ଡାଏଲ ଆପ୍‌ ସିଷ୍ଟମ । ଏନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଶାନ୍ତି ବଜାୟ ରଖିବା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି ।

nis-ad
Leave A Reply

Your email address will not be published.