ଟୁଇନ୍‌ ସିଟି ସହ ୧୫ ଜିଲାକୁ ୱେଲୋ ୱାର୍ନିଂ

ଭୁବନେଶ୍ବର: ଆଗାମୀ ୩ ଘଣ୍ଟା ପାଇଁ କାଳବୈଶାଖୀ ସତର୍କତା ଜାରିହୋଇଛି। ଟୁଇନ୍‌ ସିଟି ସହ ୧୫ ଜିଲାକୁ ୱେଲୋ ୱାର୍ନିଂ ଜାରି କରାଯାଇଛି। ଏ ସବୁ ଜିଲାଗୁଡ଼ିକ ହେଲା ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, ଭଦ୍ରକ, କେନ୍ଦ୍ରାପଡା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଗଞ୍ଜାମ, ଗଜପତି ଓ ନୟାଗଡ। ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ବର୍ଷା ଓ ପବନ ସହ ବଜ୍ରପାତ ହେବା ନେଇ ସତର୍କତା ଜାରି କରାଯାଇଛି । ବର୍ଷା ସମୟରେ ପବନର ବେଗ ୩୦ ରୁ ୪୦ କିଲୋମିଟର ରହିବ ।

nis-ad
Leave A Reply

Your email address will not be published.