ବାଲିଗୁଡାରେ ସ୍ୱାଭିମାନ ଦିବସ ପାଳିତ

ବାଲିଗୁଡା (୨୮/୦୪) : ଆଜି ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଉତ୍ସବ। ଆଜିର ଦିନକୁ ସମ୍ବାଦ ଓ ଆମ ଓଡ଼ିଶା ପକ୍ଷରୁ ସ୍ୱାଭିମାନ ଦିବସ ଭାବେ ପାଳନ କରାଯାଉଛି। ଏହି ଅଵସରରେ କନ୍ଧମାଳ ଜିଲ୍ଲା ବାଲିଗୁଡାର ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ “ଶିକ୍ଷାନିକେତନ” ପରିସର ମଧ୍ୟରେ ସମ୍ବାଦ ଓ ଆମ ଓଡିଶା ପକ୍ଷରୁ ଉତ୍କଳ ଗୌରବ କୁଳବୁଦ୍ଧ ମଧୁସୂଦନ ଦାସଙ୍କ ୧୭୫ ତମ ପୁଣ୍ୟ ଜୟନ୍ତୀ ଅବସରରେ ସ୍ୱାଭିମାନ ଦିବସ ପାଳନ କରାଯାଇଛି l ଏଥିରେ ମୂଖ୍ୟ ଅତିଥି ଭାବେ ଅନୁଷ୍ଠାନର ସଭାପତି ତଥା ପ୍ରତିଷ୍ଠାତା ରାଜକିଶୋର ପାଢ଼ୀ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ କରି ମଧୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏହି ଅଵସରରେ ଆୟୋଜିତ ସଭାରେ ଅନ୍ୟତମ ଅତିଥି ଭାବେ ଅନୁଷ୍ଠାନର ସମ୍ପାଦିକା ରେଖାରାଣୀ ମହାପାତ୍ର ଏବଂ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ ଅଭିଭାବକ ତଥା ଛାତ୍ର ଛାତ୍ରୀ ମାନେ ଉପସ୍ଥିତ ରହି ମଧୁବାବୁଙ୍କ ଜୀବନୀ ଓ ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ତାଙ୍କର ଅବଦାନ ସମ୍ପର୍କରେ ଆଲୋଚନା କରିବା ସହ ସ୍ମୃତି ଚାରଣ କରିଥିଲେ l ସମ୍ବାଦ ଓ ଆମ ଓଡିଶା ପ୍ରତିନିଧି ସତ୍ୟନାରାୟଣ ପାଢ଼ୀ ପରିଚାଳନା କରି ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ l

nis-ad
Leave A Reply

Your email address will not be published.