ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଗ୍ରୀଷ୍ମ ଋତୁରେ ବାତ୍ୟାର ଗତି ଜଟିଳ। ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଆଗୁଆ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିପାଇଁ ଆଗୁଆ ପ୍ରସ୍ତୁତ ରହିବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

ଫନି ବାତ୍ୟାର ଅବତାରଣା କରି ପ୍ରସ୍ତୁତି ପାଇଁ ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ। ତେଣୁ କୌଣସି ବିଳମ୍ବ ନ କରି ଆଗୁଆ ପ୍ରସ୍ତୁତ ରହିବା ସହ ଆବଶ୍ୟକ ସ୍ଥଳେ ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ପୁନରୁଦ୍ଧାର ଓ ଥଇଥାନ କାର୍ଯ୍ୟକ୍ରମକୁ ତ୍ୱରାନ୍ଵିତ କରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ମୁଖ୍ୟ ଶାସନ ସଚିବ ବାତ୍ୟା ସଂପର୍କରେ ନିୟମିତ ସମୀକ୍ଷା କରିବା ସହ ଏସଆରସିଙ୍କୁ ସମସ୍ତ ବିଭାଗ ସହିତ ସମନ୍ଵୟ ରଖି କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

୧୮ଟି ଜିଲ୍ଲାପାଳଙ୍କ ସହ ଆଲୋଚନା କରାଯାଇ କଣ୍ଟ୍ରୋଲ ରୁମ୍‌ ପ୍ରସ୍ତୁତ କରାଯାଇଛି ବୋଲି କହିଛନ୍ତି ଏସଆରସି ସତ୍ୟବ୍ରତ ସାହୁ। ବାତ୍ୟା ଆଶ୍ରୟସ୍ଥଳ ଗୁଡିକୁ କାର୍ଯ୍ୟକ୍ଷମ କରାଯାଉଛି। ୧୭ଟି NDRF ଓ ୨୦ଟି ODRAF ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି ବୋଲି ଏସଆର୍‌ସି କହିଛନ୍ତି।

nis-ad
Leave A Reply

Your email address will not be published.