ତୃତୀୟ ପର୍ଯ୍ୟାୟରେ ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୫-ଟି ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମର ତୃତୀୟ ପର୍ଯ୍ୟାୟରେ ୫ଟି ଜିଲ୍ଲାର ୩୨୩ଟି ରୂପାନ୍ତରିତ ସ୍କୁଲ ଲୋକାର୍ପଣ କରିଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଖୋର୍ଦ୍ଧା, ବରଗଡ, ମୟୂରଭଞ୍ଜ, ବୌଦ୍ଧ ଓ ନବରଙ୍ଗପୁର ଜିଲ୍ଲାର ୩୨୩ଟି ସ୍କୁଲକୁ ଲୋକାର୍ପଣ କରିଛନ୍ତି।

ଆଜି ୩ୟ ପର୍ଯ୍ୟାୟରେ ଖୋର୍ଦ୍ଧା ଜିଲ୍ଲାରୁ ୬୨, ବରଗଡ଼ ଜିଲ୍ଲାରୁ ୬୨, ମୟୂରଭଂଜ ଜିଲ୍ଲାରୁ ୧୦୦, ବୌଦ୍ଧ ଜିଲ୍ଲାରୁ ୨୩ ଓ ନବରଂଗପୁର ଜିଲ୍ଲାରୁ ୭୬ଟି ରୂପାନ୍ତରିତ ହାଇସ୍କୁଲକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି। କାର୍ଯ୍ୟକ୍ରମକୁ ଭୁବନେଶ୍ବରରୁ ୫-ଟି ସଚିବ ଭିକେ ପାଣ୍ଡିଆନ ସଂଯୋଜନା କରିଥିଲା ବେଳେ ୫ଟି ଜିଲ୍ଲାରେ ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ, ବିଧାୟକ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ତିନୋଟି ପର୍ଯ୍ୟାୟ ସଂପୂର୍ଣ୍ଣ ହେବା ପରେ ରାଜ୍ୟରେ ସମୁଦାୟ ୬୧୩୨ଟି ସ୍କୁଲ ରୂପାନ୍ତରିତ ହେବ। ପୂର୍ବରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି ହେଉଛି ଟେକ୍‌ନୋଲୋଜି, ଟିମ୍‌ୱାର୍କ, ଟ୍ରାନସ୍‌ପରେନ୍‌ସି ବା ସ୍ବଚ୍ଛତା ଏବଂ ଟାଇମ ବା ସମୟ । ଏସବୁର ପ୍ରୟୋଗରେ ଟ୍ରାନ୍‌ସଫରମେସନ ବା ରୂପାନ୍ତର ଆସିଥାଏ । ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍‌ନୋଲୋଜିର ପ୍ରୟୋଗରେ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍‌, କମ୍ପ୍ୟୁଟର ଓ ଆଧୁନିକ ଲାବୋରେଟୋରୀର ବିକାଶ କରାଯାଇଛି । ସେହିପରି ଏହି ରୂପାନ୍ତର କାମକୁ ସମସ୍ତଙ୍କ ମିଳିତ ଉଦ୍ୟମରେ କରାଯାଇଛି, ଯାହା ଟିମ୍‌ୱାର୍କର ପ୍ରତୀକ। ସମୟକୁ ଗୁରୁତ୍ବ ଦିଆଯାଇ ସମସ୍ତ କାମ ମଧ୍ୟ ଠିକ୍‌ ସମୟରେ ଶେଷ କରାଯାଇଛି।

nis-ad
Leave A Reply

Your email address will not be published.