୫-ଟି ସଚିବଙ୍କ ଗଜପତି ଗସ୍ତର ଦ୍ବିତୀୟ ଦିନ : ମୁଖ୍ୟମନ୍ତ୍ରୀଙ୍କ ଉତୁଙ୍ଗ ଉଦ୍ୟମ – ପାହାଡ ରେ ସୁଡ଼ଙ୍ଗ କରି ଦିଆଯିବ ପାଣି

ଛେଳିଗଡ ଜଳସେଚନ ପ୍ରକଳ୍ପ ଖୁବ ଶୀଘ୍ର ଆରମ୍ଭ କରିବାକୁ ୫-ଟି ସଚିବଙ୍କ ପରାମର୍ଶ

ଗଞ୍ଜାମ ଓ ଗଜପତିର ୬୬୨୦ ହେକ୍ଟର ଜମିକୁ ମିଳିବ ପାଣି, ବ୍ରହ୍ମପୁର ସହରକୁ ପ୍ରତି ସେକଣ୍ଡରେ ଏକ କ୍ୟୁବିକ ମିଟର ପିଇବା ପାଣି

ଖର୍ଚ୍ଚ ହେବ ୯୩୬.୬୩ କୋଟି

ଚାଳିଶ କୋଟି ଟଙ୍କା ବ୍ୟୟ ରେ ପାରଳାଖେମୁଣ୍ଡି ବାଇପାସ୍ ହେବ .

ସଂସ୍କୃତି ଭବନ ଓ ଟାଉନ ହଲ୍ ପାଇଁ 6.5 କୋଟି ଖର୍ଚ ହେବ

ଗଜପତି : ଜନସାଧାରଣଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ଉଦ୍ୟମ ରତ। ଓଡିଶାର ରୂପାନ୍ତର ପାଇଁ ଅନେକ ପଦକ୍ଷେପ ନେଇ ରାଜ୍ୟର ବିକାଶ ମାନଚିତ୍ରରେ ଆଣିଛନ୍ତି କାୟାକଳ୍ପ । ଗତକାଲି ବିଜୁ ଏକ୍ସପ୍ରେସ ୱେ-୨ ର ନିର୍ମାଣ ପାଇଁ ପାହାଡ କାଟି ଟନେଲ ଜରିଆରେ ରାସ୍ତା ନିର୍ମାଣ ପାଇଁ ନିର୍ଦ୍ଦେଶ ଦେଇଥିଲେ, ଯାହାକି ଦକ୍ଷିଣ ଓଡିଶାର ଅର୍ଥନୈତିକ ଅଭିବୃଦ୍ଧିରେ ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ। ଏବେ ଗଞ୍ଜାମ ଓ ଗଜପତିରେ ପାଣି ଯୋଗାଇବା ପାଇଁ ପାହାଡ ଖୋଳି ଟନେଲ ତିଆରି କରି ଛେଳିଗଡ ଜଳସେଚନ ପ୍ରକଳ୍ପ ପାଇଁ ପଦକ୍ଷେପ ନେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥିପାଇଁ ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ ରେ ୫-ଟି ସଚିବ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ତୁରନ୍ତ କାମ ଆରମ୍ଭ କରିବାକୁ ପରାମର୍ଶ ଦେଇଛନ୍ତି ।

ଶ୍ରୀ ପାଣ୍ଡିଆନ ଆଜି ତାଙ୍କର ଗଜପତି ଗସ୍ତର ଦ୍ବିତୀୟ ଦିନରେ ଛେଳିଗଡ ଜଳସେଚନ ପ୍ରକଳ୍ପ ଅଞ୍ଚଳ ଗସ୍ତ କରି ଅଧିକାରୀ ମାଆଙ୍କ ସହିତ ଆଲୋଚନା କରିଥିଲେ । ଏହାପରେ ସେ ଟନେଲ କାର୍ଯ୍ୟ ପରିଦର୍ଶନ କରିଥିଲେ । ଜଳସେଚନ ପ୍ରକଳ୍ପ କାର୍ଯ୍ୟ ତୁରନ୍ତ ଆରମ୍ଭ କରିବାକୁ ଶ୍ରୀ ପାଣ୍ଡିଆନ ଅଧିକାରୀ ମାନଙ୍କୁ ପରାମର୍ଶ ଦେଇଛନ୍ତି । ପ୍ରକଳ୍ପ ଦ୍ବାରା କ୍ଷତିଗ୍ରସ୍ତ ହୋଇଥିବା ଜନସାଧାରଣଙ୍କ ଅଭିଯୋଗ ଶୁଣି ତୁରନ୍ତ ପଦକ୍ଷେପ ନେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ ଛେଳିଗଡ ଜଳସେଚନ ପ୍ରକଳ୍ପ ଗଜପତି ଜଲ୍ଲାର ଆର. ଉଦୟଗିରି ବ୍ଲକ୍‌ସ୍ଥିତ ଛେଳିଗଡ ଗ୍ରାମରେ କାର୍ଯ୍ୟକାରୀ କରାଯାଉଛି । ଏଥିପାଇଁ ୯୩୬.୬୩ କୋଟି ଟଙ୍କା ଖର୍ଚ୍ଚ କରାଯିବ। ଏଥିପାଇଁ ୧୨୮୦ ମିଟର ଦୀର୍ଘ ଏକ ଲମ୍ବା ଟନେଲ ଖୋଳାଯାଇଛି । ଏହାଦ୍ବାରା ଗଞ୍ଜାମ ଜିଲ୍ଲାକୁ ପାଣି ଯାଇପାରିବ। ଏହି ପ୍ରକଳ୍ପ ସଂପୂର୍ଣ୍ଣ ହେବାପରେ ଏଥିରେ ୫୨୦୧ ହେକ୍ଟର ମିଟର ପାଣି ସଂରକ୍ଷିତ କରି ରଖାଯାଇପାରିବ ଏବଂ ଗଞ୍ଜାମ ଜିଲ୍ଲାର ୫୭୬୦ ହେକ୍ଟର ଓ ଗଜପତିର ୫୦୦ ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିପାରିବ । ଏହାଦ୍ବାରା ବ୍ରହ୍ମପୁର ସହରକୁ ପିଇବା ପାଣି ମଧ୍ୟ ଯୋଗାଇ ଦିଆଯିବ। ବ୍ରହ୍ମପୁର ସହରକୁ ପ୍ରତି ସେକେଣ୍ଡରେ ଏକ କ୍ୟୁବିକ୍‌ ମିଟର ( 1 Cumecs) ପାଣି ମିଳିପାରିବ। ଏହାସହିତ ଗଜପତି ଜିଲ୍ଲାର ଶିଆଳି ଲଟି, କନକତା ଓ ଡେକିଲି ଆଦି ୩ଟି ସ୍ଥାନରେ ମିନି ହାଇଡେଲ ପ୍ରକଳ୍ପ ଜରିଆରେ ୩୬ ମେଗାୱାଟ ବିଦ୍ୟୁତ ମଧ୍ୟ ଉତ୍ପାଦନ କରାଯାଇପାରିବ ।

ଏଥିରେ ୧୫ଟି ଗାଁର କ୍ଷତିଗ୍ରସ୍ତ ଲୋକମାନଙ୍କ ପାଇଁ ୭ଟି ପୁନର୍ବାସ ଓ ଥଇଥାନ କଲୋନୀ କରାଯିବ ଏବଂ ୩ଟି ଥଇଥାନ କଲୋନୀର କାର୍ଯ୍ୟ ସଂପୂର୍ଣ୍ଣ ହେବା ସହିତ ଏଠାରେ ଲୋକମାନେ ରହିବା ଆରମ୍ଭ କଲେଣି। ବାକି ୪ଟିର ନିର୍ମାଣ କାର୍ଯ୍ୟ ଚାଲିଛି । ଏହାକୁ ଖୁବଶୀଘ୍ର ସଂପୂର୍ଣ୍ଣ କରିବାକୁ ଶ୍ରୀ ପାଣ୍ଡିଆନ ପରାମର୍ଶ ଦେଇଥିଲେ । ୨୦୨୫-୨୬ ସୁଦ୍ଧା ଏହା ପ୍ରକଳ୍ପ ସଂପୂର୍ଣ୍ଣ ହେବ ।

ଏହାପରେ ଶ୍ରୀ ପାଣ୍ଡିଆନ ଗୁମ୍ମାରେ ନିର୍ମାଣାଧୀନ ଏକ ବସଷ୍ଟାଣ୍ଡର କାର୍ଯ୍ୟ ଦେଖିଥିଲେ ଏବଂ ଏହାର କାର୍ଯ୍ୟର ମାନକୁ ଉଚ୍ଚକୋଟୀର କରିବା ପାଇଁ ପରାମର୍ଶ ଦେଇଥିଲେ । ସେଠାରେ ଉପସ୍ଥିତ ମିଶନ ଶକ୍ତି ମହିଳା ମାନଙ୍କ ରୁପାନ୍ତରିତ ଆଲୋଚନା କରି ସେମାନଙ୍କ କାର୍ଯ୍ୟର ଉଚ୍ଚପ୍ରଶଂସା କରିଥିଲେ । ଏହାପରେ ଗୁମ୍ମାରେ ଏକ ରୂପାନ୍ତରିତ ହାଇସ୍କୁଲକୁ ପରିଦର୍ଶନ କରି ଛାତ୍ରଛାତ୍ରୀ ଓ ଶିକ୍ଷକ ମାନଙ୍କ ସହିତ ଆଲୋଚନା କରିଥିଲେ । ସ୍କୁଲରେ ନିର୍ମିତ ହୋଇଥିବା ନୂତନ ଆସେଟ୍‌ ଗୁଡିକୁ ନିଜର ସଂପତ୍ତି ପରି ସୁରକ୍ଷିତ ରଖିବା ପାଇଁ ସେ ପରାମର୍ଶ ଦେବା ସହିତ ଭଲ ପାଠ ପଢି ଓଡିଶାର ସୁନାମ କରିବାକୁ ପିଲାଙ୍କୁ ଉତ୍ସାହିତ କରିଥିଲେ ।

ଏହାପରେ ସେ ପ୍ରସ୍ତାବିତ ପାରଳାଖେମୁଣ୍ଡି ବାଇପାସ୍‌ ରୋଡ ଅଞ୍ଚଳକୁ ଯାଇଥିଲେ ଏବଂ ଏହାର କାମ ଯେପରି ଶୀଘ୍ର ଆରମ୍ଭ ହେବ, ସେଥିପାଇଁ ପ୍ରକ୍ରିୟା ସଂପୂର୍ଣ୍ଣ କରିବାକୁ ପରାମର୍ଶ ଦେଇଥିଲେ । ଏହି ବାଇପାସ୍ ପାଇଁ ଚାଳିଶ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି.

ପରେ ସେଠାରେ ନିର୍ମାଣାଧୀନ ଏକ ନୂତନ ଟାଉନ ହଲ୍‌କୁ ମଧ୍ୟ ବୁଲି ଦେଖିଥିଲେ । ଟାଉନ ହଲ୍ କାମ ଶେଷ କରିବା ପାଈଁ ଦେଢ଼ କୋଟି ଟଙ୍କା ଯୋଗାଇଦିଆ ଯିବ ବୋଲି ଶ୍ରୀ ପାଣ୍ଡିଆନ୍ ସୂଚନା ଦେଇଥିଲେ.
ଗଜପତି ଜିଲ୍ଲା କଳା ଓ ସଂସ୍କୃତି ର ଭୂମି .ତେଣୁ ପାରଳାଖେମୁଣ୍ଡି ରେ ପାଞ୍ଚ କୋଟି ଟଙ୍କା ବ୍ୟୟରେ ଏକ ସୁଦୃଶ୍ୟ ସଂସ୍କୃତି ଭବନ ନିର୍ମାଣ କରିବାକୁ ମୁଖ୍ୟମନ୍ତ୍ରୀ ସମ୍ମତି ପ୍ରଦାନ କରିଛନ୍ତି ବୋଲି 5T ସଚିବ prakas କରିଥିଲେ .

ଶେଷରେ ମଧ୍ୟାହ୍ନରେ ରାମସାଗର ଓ କୃଷ୍ଣସାଗର କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ । ଜଳସେଚିତ ଅଞ୍ଚଳର ଚାଷୀ ମାନଙ୍କୁ ସହିତ ଆଲୋଚନା କରି ସେମାନଙ୍କ ପାଇଁ ଅଧିକ ସୁବିଧା କରିବାକୁ ପଦକ୍ଷେପ ନିଆଯିବ ବୋଲି ସେ କହିଥିଲେ ।

,ରାମ ସାଗର ର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ 10 କୋଟି ଟଙ୍କା ଖର୍ଚ ହେବ .ଏଥିପାଇଁ 15 ଦିନ ଭିତରେ DPR ପ୍ରସ୍ତୁତ କରିବା ପାଇଁ 5T secy ପରାମର୍ଶ ଦେଇଥିଲେ . ସେହିପରି ଗୋସାଣୀ ନୂଆଗାଁ block ର କୃଷ୍ନ ସାଗର ର ପୁନରୁଦ୍ଧାର 15 କୋଟି ଟଙ୍କା ରେ କରାଯିବ .ଏହାଦ୍ୱାରା 2000hecter ଜମି ପାଣି ପାଇପାରିବ . ଏହି ଯୋଜନା ପାଇଁ 15 ଦିନ ଭିତରେ DPR କରିବାକୁ 5T ସଚିବ ପରାମର୍ଶ ଦେଇଥିଲେ.

nis-ad
Leave A Reply

Your email address will not be published.