ଝାରସୁଗୁଡ଼ାରେ ବାଜି ମାରିଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ

ଝାରସୁଗୁଡ଼ା : ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡିର ବାଜିମାତ । ବୃହତ ବିଜୟ ହାସଲ କରିଛନ୍ତି ବିଜୁ ଜନତା ଦଳର ପ୍ରାର୍ଥୀ ଦୀପାଳି ଦାସ ମହାନ୍ତି । ୪୮ ହଜାର ୬୧୯ ଭୋଟରେ ବିଜୟ ଲାଭ କଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ । ବିଜୟ ପରେ ବିଜୟ ଉତ୍ସବ ମନାଉଛନ୍ତି ବିଜେଡି କର୍ମୀ । ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରୀପାଠିଙ୍କୁ ହରାଇଲେ ଦୀପାଳି । ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେପିର ଟଙ୍କଧର ତ୍ରିପାଠୀଙ୍କୁ ୪୮, ୬୧୯ ଖଣ୍ତ ଭୋଟରେ ପରାସ୍ତ କରିଛନ୍ତି।

ଦୀପାଳିଙ୍କୁ ୧ ଲକ୍ଷ ୭ହଜାର ୩ ଖଣ୍ଡ ଭୋଟ ମିଳିଥିବା ବେଳେ ଟଙ୍କଧରଙ୍କୁ ୫୮ ହଜାର ୩୮୪ ଖଣ୍ଡ ଭୋଟ ମିଳିଛି। ଅନ୍ୟପକ୍ଷରେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେଙ୍କୁ ମାତ୍ର ୪୪୭୩ଖଣ୍ଡ ଭୋଟ ମିଳିଛି। ଆଜି ମୋଟ ୧୯ ରାଉଣ୍ଡ ଗଣତି ହୋଇଥିବା ବେଳେ ପ୍ରଥମ ରାଉଣ୍ଡରୁ ହିଁ ଦୀପାଳି ଆଗରେ ରହିଥିଲେ। ରାଉଣ୍ଡ ପରେ ରାଉଣ୍ଡ ଗଣତି ହେବା ସହିତ ପ୍ରତିଦ୍ୱନ୍ଦ୍ୱିଙ୍କ ଠାରୁ ଦୀପାଳିଙ୍କ ଭୋଟ ବ୍ୟବଧାନ ସଂଖ୍ୟା ବଢ଼ି ଚାଲିଥିଲା। ଆଉ ଶେଷରେ ସେ ୪୮ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଛନ୍ତି।

୨୦୧୯ ନିବାଚନରେ ଦୀପାଳିଙ୍କ ବାପା ନବ କିଶୋର ଦାସ ଏହି ଆସନରେ ୪୫ ହଜାରରୁ ଅଧିକ ଭୋଟରେ ବିଜେପି ପ୍ରାର୍ଥୀ ଦୀନେଶ କୁମାର ଜୈନଙ୍କୁ ପରାସ୍ତ କରିଥିଲେ। ସ୍ୱର୍ଗତ ନବ କିଶୋର ଦାସ ୯୮,୬୨୦ ଖଣ୍ଡ ଭୋଟ୍ ପାଇଥିବା ବେଳେ ଦୀନେଶ ଜୈନ ୫୨,୯୨୧ ଖଣ୍ଡ ଭୋଟ ପାଇଥିଲେ। ସେତେବେଳେ କଂଗ୍ରେସ ପ୍ରାର୍ଥୀ ମହେନ୍ଦ୍ର ନାଏକ ୧୮,୮୨୩ ଖଣ୍ଡ ଭୋଟ ପାଇଥିଲେ। କିନ୍ତୁ ଏଥର କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ ୫ ହଜାର ଭୋଟ୍ ମଧ୍ୟ ପାଇଲେ ନାହିଁ।  କଂଗ୍ରେସ ଖାତାକୁ ଯାଇଛି  ମାତ୍ର ୪ ହଜାର ୪୭୩ ଖଣ୍ଡ ଭୋଟ୍‌ । ୨୦୧୯ ନିର୍ବାଚନ ତୁଳନାରେ ଅଧିକ ଭୋଟ ବ୍ୟବଧାନରେ ବିଜୟ ଲାଭ କରିଛି ବିଜୁ ଜନତା ଦଳ ।

nis-ad
Leave A Reply

Your email address will not be published.