ଆଜିଠୁ ମହାପ୍ରଭୁଙ୍କ ୨୧ ଦିନ ବ୍ୟାପୀ ଭିତର ଚନ୍ଦନ ଯାତ୍ରା

ପୁରୀ : ଆଜିଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ୨୧ ଦିନ ଧରି ମହାପ୍ରଭୁଙ୍କ ଭିତର ଚନ୍ଦନ ଯାତ୍ରା । ଏହି ଅବସରରେ ଶ୍ରୀଜୀଉଙ୍କ ଆଳଟ ଲାଗି ଓ ଚନ୍ଦନ ଲାଗି ହେବ। ଜ୍ୟେଷ୍ଠ କୃଷ୍ଣ ଏକାଦଶୀ, ସାବିତ୍ରୀ ଅମାବାସ୍ୟା, ଶୀତଳ ଶଷ୍ଠୀ ଓ ରୁକ୍ମିଣୀହରଣ ଏକାଦଶୀରେ ଶ୍ରୀମନ୍ଦିର ଭିତରେ ଥିବା ଜଳକ୍ରୀଡ଼ା ମଣ୍ତପରେ ଠାକୁରଙ୍କ ଜଳକ୍ରୀଡ଼ା ନୀତି ଅନୁଷ୍ଠିତ ହେବାର ପରମ୍ପରା ରହିଛି ବୋଲି କହିଛନ୍ତି ଶ୍ରୀମନ୍ଦିରର ବରିଷ୍ଠ ସେବାୟତ। ଆଜ୍ଞାମାଳ ପାଇ ମଦନମୋହନ ଓ ଶ୍ରୀଦେବୀ ରୋହିଣୀ କୁଣ୍ଡ ନିକଟସ୍ଥ ଜଳକ୍ରୀଡା ମଣ୍ଡପକୁ ବିଜେ କରିବେ।

ସେପଟେ ରଥଖଳାରେ ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ରଥ ନିର୍ମାଣରେ ନିଜକୁ ନିୟୋଜିତ କରିଛନ୍ତି ମହାରଣା, ଭୋଇ, କମାର ଓ ରୂପକାର ସେବାୟତ । ୪ ତାରିଖ ମହାପ୍ରଭୁଙ୍କ ସ୍ନାନ ପୂର୍ଣ୍ଣିମା ପଡୁଥିବାବେଳେ ୪ ନାହାକା ଉଠିବାର ବିଧି ରହିଛି । ଗତ ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ତିନି ରଥର ଛଅଟି ଚକ ଡେରାଯିବା ପରେ ଏବେ ଭୂଇଁ, ମୁହାଁଟି ଓ ନିରାଡି କାର୍ଯ୍ୟ ଜାରି ରହିଛି। ତେବେ ତିନି ରଥ ପାଇଁ ଆବଶ୍ୟକ ୪୨ଟି ଚକ ମଧ୍ୟରୁ ଆଜି ସୁଦ୍ଧା ୩୦ଟି ଚକର ନିର୍ମାଣ କାର୍ଯ୍ୟ ଶେଷ ହୋଇଥିବା କହିଛନ୍ତି ମୁଖ୍ୟ ବିଶ୍ଵକର୍ମା।

nis-ad
Leave A Reply

Your email address will not be published.