ଭୁବନେଶ୍ୱରରୁ ଦୁବାଇକୁ ଆରମ୍ଭ ହେଲା ବିମାନ ସେବା

ଭୁବନେଶ୍ୱର: ଆଜିଠାରୁ ଭୁବନେଶ୍ୱରରୁ ଦୁବାଇକୁ ଆରମ୍ଭ ହୋଇଛି ବିମାନ ସେବା । ୬.୩୦ ପରିବର୍ତ୍ତେ ୬.୪୦ରେ ବିମାନ ଉଡାଣ ଆରମ୍ଭ କରିଥିଲା | ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଛନ୍ତି। ଦୁବାଇରୁ ୧୧.୨୫ରେ ଇଣ୍ଡିଗୋର ବିମାନ ୧୭୩ ଜଣ ଯାତ୍ରୀଙ୍କୁ ନେଇ ଭୁବନେଶ୍ୱର ଅଭିମୁଖେ ବାହାରିଥିଲା | ଏହି ବିମାନ ଭୁବନେଶ୍ବରରେ ୫.୩୦ ରେ ପହଞ୍ଚିଥିଲା । ଏହାପରେ ବିମାନଟିକୁ ୱାଟର କ୍ୟାନନ ମାଧ୍ୟମରେ ସ୍ୱାଗତ କରାଯାଇଥିଲା | ସେହିପରି ଭୁବନେଶ୍ୱରରୁ ୧୮୩ ଜଣ ଯାତ୍ରୀଙ୍କୁ ନେଇ ଦୁବାଇ ଅଭିମୁଖେ ଯାଇଥିଲା |

ସପ୍ତାହରେ ୩ଦିନ ସୋମବାର, ବୁଧବାର ଓ ଶୁକ୍ରବାର ବିମାନ ସେବା ଚାଲିବ । ଜୁନ ୩ରୁ ଭୁବନେଶ୍ୱରରୁ ସିଙ୍ଗାପୁର ଓ ଭୁବନେଶ୍ୱରରୁ ବ୍ୟାଙ୍କକକୁ ମଧ୍ୟ ସିଧାସଳଖ ବିମାନ ସେବା ଆରମ୍ଭ ହେବ । ଏହି ସହରକୁ ସପ୍ତାହରେ ଦୁଇ ଦିନ ବିମାନ ଉଡିବ । ଗୁରୁତ୍ୱପୂର୍ଣ୍ଣ କଥା ହେଲା ଟିକେଟର ମୂଲ୍ୟ ରହିଛି ୧୦ ହଜାର ଟଙ୍କା । ତେବେ ଯିବା ଆସିବା ଉଭୟ ପାଇଁ ଟିକେଟର ମୂଲ୍ୟ ୨୦ ହଜାର ଟଙ୍କା ରଖାଯାଇଛି । ଦୁବାଇ ଓ ଭୁବନେଶ୍ୱର ମଧ୍ୟରେ ସିଧାସଳଖ ବିମାନ ସେବା ଫଳରେ ପର୍ଯ୍ୟଟନ କ୍ଷେତ୍ରକୁ ସମୃଦ୍ଧ କରିବା ସହ ନିଯୁକ୍ତିରେ ମଧ୍ୟ ସହାୟକ ହେବ ।

nis-ad
Leave A Reply

Your email address will not be published.