ପେସ କମ୍ପ୍ୟୁଟର ଶିକ୍ଷାନୁଷ୍ଠାନ ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ, ୫୦ୟୁନିଟ ରକ୍ତ ସଂଗୃହୀତ

ହିଞ୍ଜିଳିକାଟୁ (୨୦।୫) : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ବିଜୁପଟ୍ଟନାୟକ କଲ୍ୟାଣ ମଣ୍ଡପ ପରିସରରେ ଥିବା ପେସ କମ୍ପ୍ୟୁଟର ଶିକ୍ଷାନୁଷ୍ଠାନ ପକ୍ଷରୁ ଶନିବାର ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ପେସ କମ୍ପ୍ୟୁଟର ଶିକ୍ଷାନୁଷ୍ଠାନ ର ୭ମ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ବାର୍ଷିକ ଉତ୍ସବରେ ଆସିକା ସାଂସଦ ପ୍ରମିଳା ଵିଷୋଇ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ଅନ୍ୟତମ ଅତିଥିଭାବେ ହିଞ୍ଜିଳିକାଟୁ ପୌରପରିଷଦ ଅଧ୍ୟକ୍ଷ ସୁବାସ ପଲେଇ, ଉପାଧ୍ୟକ୍ଷ ସୁଚିତ୍ରା ପଣ୍ଡା, ଓଡିଶା ବିଜେଡି ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ଜିଲ୍ଲା ସାଧାରଣ ସମ୍ପାଦକ ପ୍ୟାରୀମୋହନ ପାଢି, ଓଡିଶା ମୋ ପରିବାର ସମ୍ପାଦକ ତଥା ଆସିକା ସଂସଦ ଙ୍କ ବ୍ୟକ୍ତିଗତ ସହାୟକ ନୀଳମଣି ପଟ୍ଟନାୟକ ଯୋଗଥିଲେ। ଅବସରପ୍ରାପ୍ତ ଅଧ୍ୟାପକ ଅରୋବିନ୍ଦ ପଣ୍ଡା ମୁଖ୍ୟ ବକ୍ତାଭାବେ ଯୋଗଦେଇ ଏହି ଶିବିରକୁ ଉଦଘାଟନ କରିଥିଲେ। ଅତିଥୀ ଗଣ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ। ଏଥିରେ ବହୁ ଯୁବକ ଯୁବତୀମାନେ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଥିବା ବେଳେ ଶିବିରରୁ ୫୦ ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା। ଅନୁଷ୍ଠାନର ନିର୍ଦ୍ଦେଶକ ପ୍ରବିଣ କୁମାର ସେଠୀ ଓ ପରିଚାଳନା ନିର୍ଦ୍ଦେଶକ ଆଲୋକ କୁମାର ସାହୁ ଙ୍କ ତତ୍ତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ଚିନ୍ମୟ ପୋଲାଇ ମଞ୍ଚ ପରିଚାଳନା କରିଥିବା ବେଳେ ଅନୁଷ୍ଠାନର କର୍ମକର୍ତ୍ତା ଓ ସଦସ୍ୟ ଓ ଛାତ୍ର ଛାତ୍ରୀ ମାନେ ଶିବିର ପରିଚାଳନା ରେ ସହଯୋଗ କରିଥିଲେ।

nis-ad
Leave A Reply

Your email address will not be published.