ସ୍ତ୍ରୀର ମୁଣ୍ଡକୁ କାଟିଲା ଜହ୍ଲାଦ ସ୍ବାମୀ…

ଗଜପତି: ସ୍ତ୍ରୀର ମୁଣ୍ଡକୁ କାଟି ଘରକୁ ନେଇ ଆସିଲା ଜହ୍ଲାଦ ସ୍ବାମୀ । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲ୍ଲା କାଶୀନଗର ଥାନା ଅନ୍ତର୍ଗତ ସାରା ଗ୍ରାମରେ। କାଶୀନଗର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସ୍ବାମୀକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି। ମିଳିଥିବା ସୂଚନା ଅନୁସାରେ, ଆଜି ସକାଳେ ସ୍ବାମୀ ସ୍ତ୍ରୀ ଦୁହେଁ ମିଶି ବଗଡକୁ ଚାଷ କରିବା ପାଇଁ ଯାଇଥିବା ବେଳେ ସେମାନଙ୍କ ମଧ୍ୟରେ କୌଣସି

କାରଣର ବଚସା ହୋଇଥିଲା। ପରବର୍ତ୍ତି ସମୟରେ ଏହା ଉଗ୍ରରୂପ ନେଇଥିଲା। ଫଳରେ ଉତକ୍ଷିପ୍ତ ସ୍ବାମୀ ଚନ୍ଦ୍ରଶେଖର କାର୍ଯି ଧରିଥିବା କଟୁରିରେ ସ୍ତ୍ରୀ ଉର୍ମିଳା କାର୍ଯିର ମୁଣ୍ଡକୁ ଗଣ୍ଡିରୁ ଅଲଗା କରିଦେଇଥିଲା। ଏହାପରେ ଘଟଣାସ୍ଥଳରେ ଗଣ୍ଡିକୁ ଛାଡ଼ିଦେଇ କଟା ମୁଣ୍ଡକୁ ସାଙ୍ଗରେ ଧରି ଚନ୍ଦ୍ରଶେଖର ଘରକୁ ଆସିଥିଲା। ଖବର ପାଇ କାଶୀନଗର ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ହତ୍ୟାକାରୀ ସ୍ବାମୀ କୁ ଅଟକ ରଖି ତଦନ୍ତ ଆରମ୍ଭ କରିଥିବା ଥାନା ଅଧିକାରୀ ସୁଶାନ୍ତ ସାହୁ କହିଛନ୍ତି। ଚନ୍ଦ୍ରଶେଖର ଏବଂ ଉର୍ମିଳାଙ୍କ ବିବାହ ୪ ବର୍ଷ ହେଲା ହୋଇଥିଲେ ମଧ୍ୟ ପାରିବାରିକ କଳହଳ ଲାଗି ରହିଥିଲା। ଯାହାର କରୁଣ ପରିଣତି ଆଜି ଦେଖିବାକୁ ମିଳିଛି।

nis-ad
Leave A Reply

Your email address will not be published.