ବୋଲେରୋ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ…

ଭଦ୍ରକ: ଆଜି ପୂର୍ବାହ୍ନ ୯ଟା ସମୟରେ ଏବ ବୋଲେରୋ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ଭଣ୍ଡାରିପୋଖରୀ ବ୍ଲକ ଜଳମଣ୍ଡୁଆ ପଞ୍ଚାୟତ ଚନ୍ଦ୍ରପୁର ଗ୍ରାମର ସ୍ୱର୍ଗତ ବୈକୁଷ୍ଠ ସାମଲଙ୍କ ପତ୍ନୀ ଅଖୁଜି । ଅଖୁଜି ନିଜ ବାଡ଼ିରୁ ଶାଗ ତୋଳି ଫେରୁଥିବା ସମୟରେ ଭାରସାମ୍ୟ ହରାଇ ଏକ ବୋଲେରୋ ତାଙ୍କୁ ଧକ୍କା ଦେଇ ଫେରାର ହୋଇ ଯାଇଥିବାବେଳେ, ଘଟଣାସ୍ଥଳରେ ଅଖୁଜିଙ୍କ ମୃତ୍ୟୁ ଘଟିଥିଲା । ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ରାସ୍ତାରୋକ କରିଥିଲେ । ପରେ ଧାମନଗର ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ପ୍ରତ୍ୟାହୃତ ହୋଇଥିଲା । ଏହାପରେ ପୁଲିସ ଏକ ମାମଲା ରୁଜୁ କରିବା ପରେ ଶବ ବ୍ୟବଛେଦ କରି ତାଙ୍କ ପରିବାରବର୍ଗଙ୍କୁ ହସ୍ତାନ୍ତର କରିଛି ।

nis-ad
Leave A Reply

Your email address will not be published.